Odisha Link
Bridging the Missing Links in Odisha

ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ସହରାଞ୍ଚଳ ବସ୍ତିମୁକ୍ତ ହେବ: ରାଜ୍ୟପାଳ

ଓଏଲ୍‌ ବ୍ୟୁରୋ: ଆଜିଠୁ ବିଧାନସଭା ଅଧିବେଶନ ଆରମ୍ଭ ହୋଇଛି। ଏହି ଅବସରରେ ମହାମହିମ ରାଜ୍ୟପାଳ ଅଭିଭାଷଣ ରଖୁଛନ୍ତି। ପ୍ରାରମ୍ଭରେ ଦିବଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଗୃହରେ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ସହିଦ ଯବାନମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ। ମହାମହିମ ରାଜ୍ୟପାଳ ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କରିଛନ୍ତି। ଏହା ସହ ରାଜ୍ୟପାଳ କହିଛନ୍ତି, ୮ ଶହ କୋଟିରେ ବ୍ୟୟରେ ନିର୍ମାଣ ହୋଇଥିବା ଏହି ପ୍ରକଳ୍ପ ଶ୍ରଦ୍ଧାଳୁଙ୍କୁ ସୁବିଧା ଦେବ। ଏହି ପ୍ରକଳ୍ପ ଆଗନ୍ତୁକଙ୍କୁ ଅତ୍ୟାଧୁନିକ ସୁବିଧା ଦେବ। ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ।

ରାଜ୍ୟର ୧୦ଟି ସହର ବସ୍ତିମୁକ୍ତ ମାନ୍ୟତା ଲାଭ କରିସାରିଛି। ୨୦୨୪ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ସହରାଞ୍ଚଳ ବସ୍ତିମୁକ୍ତ ହେବ। ନ୍ୟୁୟର୍କ, ଟୋକିଓ, ସିଙ୍ଗାପୁର ଭଳି ଓଡ଼ିଶାରେ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ଚାଲିଛି। ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ରେ ପୁରୀ ଓ ଗୋପାଳପୁର ଦେଶର ପ୍ରଥମ ଓ ୨ୟ ସହର। ୨୪ ସହରାଞ୍ଚଳର ୨୩ ଲକ୍ଷ ବାସିନ୍ଦା ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ସୁବିଧା ପାଉଛନ୍ତି। ୩୪୧୧ କୋଟି ଖର୍ଚ୍ଚରେ ୬୮୭୨ଟି ହାଇସ୍କୁଲର ରୂପାନ୍ତରଣ ହୋଇଛି।

ସେହିପରି ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଆରମ୍ଭ ହୋଇଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପ ବି ଲୋକାର୍ପିତ ହୋଇଛି। ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ କରାଯାଇଛି। ନୂଆ-ଓ ଯୁବ ଭାଗିଦାରୀକୁ ସଶକ୍ତ କରିବ। ଫାଇଭ୍‌-ଟି ଓ ମୋ ସରକାର ରୂପାନ୍ତରିତ ପ୍ରଶାସନିକ ବ୍ୟବସ୍ଥାର ନୂତନ ଯୁଗ। ୨୦୨୨-୨୩ରେ ୬.୦୩ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ସଂଗ୍ରହ ହୋଇଛି।

୧୧୩.୭୬ ରେସନକାର୍ଡଧାରୀଙ୍କୁ ୪ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ଦିଆଯାଇଛି। ୪୩.୮୮ ଲକ୍ଷ କ୍ଷୁଦ୍ର ଓ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ କାଳିଆ ସହାୟତା ମିଳିଛି। ବଲାଙ୍ଗିର ଜିଲ୍ଲାରେ ଲୋୟର ସୁକତେଲ ପ୍ରକଳ୍ପ ଆରମ୍ଭ ହୋଇଛି। ଅନେକ ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ଯୋଜନା ଆରମ୍ଭ ହୋଇଛି। ପ୍ରତି ପରିବାରକୁ ୫ ଲକ୍ଷ, ମହିଳା ସଦସ୍ୟଙ୍କୁ ଆଉ ୫ ଲକ୍ଷର ଚିକିତ୍ସା ସହାୟତା ମିଳୁଛି। ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନା ୩.୫ କୋଟି ଲୋକଙ୍କ ପାଖରେ ପହଞ୍ଚିଛି। ୭୫୦ କୋଟି ଟଙ୍କା ବ୍ୟୟରେ ‘ଆମ ହସ୍ପିଟାଲ’ ଯୋଜନା ଆରମ୍ଭ କରାଯାଇଛି।

ଦୁର୍ବଳ ଓ ଆପଦଗ୍ରସ୍ତ ପରିବାରକୁ ମାସିକ ମୁଣ୍ଡପିଛା ୫ କେଜି ଚାଉଳ ମାଗଣା ମିଳୁଛି। ଅନ୍ତ୍ୟୋଦୟ ଅନ୍ନ ଯୋଜନାରେ ମାସିକ ୩୫ କେଜି ଚାଉଳ ମାଗଣା ମିଳୁଛି । ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍‌ ପରିବାରକୁ ରାଜ୍ୟ ଚାଉଳ ଦେଉଛି। ୩.୧୫ ଲକ୍ଷ ପରିବାରର ୯.୯୭ ଲକ୍ଷ ଲୋକଙ୍କୁ ରାଜ୍ୟ ଚାଉଳ ଦେଉଛି। ୧୭.୧୧ ଲକ୍ଷ ଚାଷୀଙ୍କଠାରୁ ୭୯.୧୬ ଲକ୍ଷ ଟନ୍‌ ଧାନ ସଂଗ୍ରହ ହୋଇଛି। ୨୦୧୪-୧୫ରୁ ଏଯାଏଁ ୩୪.୨୫ ଲକ୍ଷ ପକ୍କା ଘର ନିର୍ମାଣ ହୋଇଛି। ସମୟ ପୂର୍ବରୁ ଘର ସାରିଥିବାରୁ ୧୩୮୭ କୋଟିର ପ୍ରୋତ୍ସାହନ ଦିଆଯାଇଛି। ମଧ୍ୟବିତ୍ତ ପରିବାରର ଗୃହ ନିର୍ମାଣ ସ୍ୱପ୍ନ ସାକାର ପାଇଁ ‘ମୋ ଘର’ ଆରମ୍ଭ ହୋଇଛି। ‘ଆମ ଓଡ଼ିଶା ନବୀନ ଓଡ଼ିଶା’ରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଦିଆଯାଉଛି ବୋଲି ରାଜ୍ୟପାଳ କହିଛନ୍ତି।

Leave A Reply

Your email address will not be published.