Odisha Link
Bridging the Missing Links in Odisha

୫-ଟି ଓ ମୋ ସରକାର ରୂପାନ୍ତରିତ ପ୍ରଶାସନିକ ବ୍ୟବସ୍ଥାର ନୂତନ ଯୁଗ: ରାଜ୍ୟପାଳ

ଓଏଲ୍‌ ବ୍ୟୁରୋ: ଆଜିଠୁ ବିଧାନସଭା ଅଧିବେଶନ ଆରମ୍ଭ ହୋଇଛି। ଏହି ଅବସରରେ ମହାମହିମ ରାଜ୍ୟପାଳ ଅଭିଭାଷଣ ରଖୁଛନ୍ତି। ପ୍ରାରମ୍ଭରେ ଦିବଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଗୃହରେ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ସହିଦ ଯବାନମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ। ମହାମହିମ ରାଜ୍ୟପାଳ ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କରିଛନ୍ତି। ୮ ଶହ କୋଟିରେ ବ୍ୟୟରେ ନିର୍ମାଣ ହୋଇଥିବା ଏହି ପ୍ରକଳ୍ପ ଶ୍ରଦ୍ଧାଳୁଙ୍କୁ ସୁବିଧା ଦେବ। ଏହି ପ୍ରକଳ୍ପ ଆଗନ୍ତୁକଙ୍କୁ ଅତ୍ୟାଧୁନିକ ସୁବିଧା ଦେବ। ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ।

ସେହିପରି ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଆରମ୍ଭ ହୋଇଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପ ବି ଲୋକାର୍ପିତ ହୋଇଛି। ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ କରାଯାଇଛି।

ନୂଆ-ଓ ଯୁବ ଭାଗିଦାରୀକୁ ସଶକ୍ତ କରିବ। ଫାଇଭ୍‌-ଟି ଓ ମୋ ସରକାର ରୂପାନ୍ତରିତ ପ୍ରଶାସନିକ ବ୍ୟବସ୍ଥାର ନୂତନ ଯୁଗ।୨୦୨୨-୨୩ରେ ୬.୦୩ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ସଂଗ୍ରହ ହୋଇଛି। ୧୧୩.୭୬ ରେସନକାର୍ଡଧାରୀଙ୍କୁ ୪ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ଦିଆଯାଇଛି। ୪୩.୮୮ ଲକ୍ଷ କ୍ଷୁଦ୍ର ଓ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ କାଳିଆ ସହାୟତା ମିଳିଛି। ବଲାଙ୍ଗିର ଜିଲ୍ଲାରେ ଲୋୟର ସୁକତେଲ ପ୍ରକଳ୍ପ ଆରମ୍ଭ ହୋଇଛି। ଅନେକ ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ଯୋଜନା ଆରମ୍ଭ ହୋଇଛି।

Leave A Reply

Your email address will not be published.