Odisha Link
Bridging the Missing Links in Odisha

ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନ; ପାନୀୟ ଜଳ ଯୋଗାଣ ଉପରେ ଆଲୋଚନା ଜାରି

ଓଏଲ୍‌ ବ୍ୟୁରୋ: ଆଜି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନ। ଦ୍ବିତୀୟ ଦିନ ବେଶ୍ ସରଗରମ ରହିବା ଆଶା କରାଯାଉଥିବାବେଳେ ପ୍ରଶ୍ନକାଳ ଆରମ୍ଭ ହୋଇଛି। ପାନୀୟ ଜଳ ଯୋଗାଣ ଉପରେ ଆଲୋଚନା ଜାରି ରହିଥିବାବେଳେ ପ୍ରଶ୍ନକାଳରେ ଉତ୍ତର ରଖିଲେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ ଅମାତ। ରାଜ୍ୟର ସମସ୍ତ ଗାଁକୁ ୨୦୨୪ ଶେଷ ସୁଦ୍ଧା ପାଇପ ଯୋଗେ ପିଇବା ପାଣି ମିଳିବ। ମାର୍ଚ୍ଚ ୨୦୨୩ ସୁଦ୍ଧା, ୫୮ ପ୍ରତିଶତ ଗାଁରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ହୋଇଛି।

ସେହିପରି ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ, ପର୍ଯ୍ୟଟନ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଅବକାରୀ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ସୂଚନା ଓ ଲୋକସମ୍ପର୍କ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରଶ୍ନକାଳ ରହିଛି।

Leave A Reply

Your email address will not be published.