Odisha Link
Bridging the Missing Links in Odisha

ବିଧାନସଭା: ଓଡ଼ିଶାରେ ହେବ କି ୨୮ଟି ନୂଆ ଜିଲ୍ଲା, ଆସିଛି ଏଭଳି ଦାବି

ଓଏଲ୍‌ ବ୍ୟୁରୋ: ଆଜି ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନ। ତୃତୀୟ ଦିନରେ ଗୃହ ବେଶ୍ ସରଗରମ ରହିବା ଆଶା କରାଯାଉଥିବାବେଳେ ପ୍ରଶ୍ନକାଳ ଆରମ୍ଭ ହେବା ପୂର୍ବରୁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ବିରୋଧୀଙ୍କ ହଙ୍ଗାମା କାରଣରୁ ଦିନ ୧୧ଟା ୩୦ ଯାଏ ଗୃହ ମୁଲତବୀ ଘୋଷଣା କରାଯାଇଥିଲା। ପୁଣି ଥରେ ହଟ୍ଟଗୋଳ, ହୋହଲ୍ଲା ଯୋଗୁଁ ଗୃହ ବାରମ୍ବାର ମୁଲତବି ହୋଇଛି। ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନ ହଟ୍ଟଗୋଳ, ହୋହଲ୍ଲା ଯୋଗୁଁ ଗୃହ ବାରମ୍ବାର ମୁଲତବି ହେବାରୁ ଗୃହକୁ ୪ଟା ପର୍ଯ୍ୟନ୍ତ ମୁଲତବି ରଖିଲେ ବାଚସ୍ପତି।

ଗୃହରେ ରାଜ୍ୟରେ ଆଉ ୨୮ଟି ନୂଆ ଜିଲ୍ଲା ଗଠନ ପାଇଁ ଦାବିପତ୍ର ମିଳିଛି। ପଦ୍ମପୁର, ଧର୍ମଗଡ଼, କଣ୍ଟାବାଂଜି ସହ ୨୮ଟି ନୂଆ ଜିଲ୍ଲା ପାଇଁ ଦାବି ରହିଛି।

 

 

ମୟୂରଭଂଜରେ ୪ଟି ନୂଆ ଜିଲ୍ଲା ପାଇଁ ଦାବିପତ୍ର ମିଳିଛି। ପଶ୍ଚିମ ମୟୂରଭଂଜ, ରାଇରଙ୍ଗପୁର, ଖିଚିଂ, କରଞ୍ଜିଆ ଜିଲ୍ଲା ଦାବି କରାଯାଇଛି। ଗଂଜାମରେ ବି ୪ଟି ନୂଆ ଜିଲ୍ଲା ଗଠନ ପାଇଁ ଦାବିପତ୍ର ମିଳିଛି। ଘୁମୁସର, ଋଷିକୂଲ୍ୟା, ବ୍ରହ୍ମପୁର ଓ ଭଂଜନଗର ଜିଲ୍ଲା ପାଇଁ ଦାବି କରାଯାଇଛି। ସନ୍ତୋଷ ସିଂ ସାଲୁଜାଙ୍କ ପ୍ରଶ୍ନରେ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଉତ୍ତର ରଖିଛନ୍ତି। ଉପଯୁକ୍ତ ସମୟରେ ସରକାର ଉପଯୁକ୍ତ ପଦକ୍ଷେପ ନେବେ ବୋଲି ମନ୍ତ୍ରୀ ଉତ୍ତର ରଖିଛନ୍ତି।

Leave A Reply

Your email address will not be published.