Odisha Link
Bridging the Missing Links in Odisha

ବିଜେଡି ଛାଡ଼ିଲେ ବିଧାୟକ ପ୍ରେମାନନ୍ଦ ନାୟକ

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ନେତା ମାନଙ୍କ ଦଳ ଡିଆଁ ପର୍ବ ଚର୍ଚାର ବିଷୟ ପାଲଟିଛି। ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ଏହାରି ମଧ୍ୟରେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରେମାନନ୍ଦ ନାୟକ। ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଇସ୍ତଫା ଦେଇଛି। ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଇସ୍ତଫା ଦେଇଥିବାବେଳେ ଦଳରେ ଅଣଦେଖା ଅଭିଯୋଗ କରି ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।

Leave A Reply

Your email address will not be published.