Odisha Link
Bridging the Missing Links in Odisha

ନିର୍ବାଚନ ଋତୁରେ କଂଗ୍ରେସରେ ମିଶିଲେ ଅଭିନେତା ମନୋଜ ମିଶ୍ର

ଓଏଲ୍‌ ବ୍ୟୁରୋ: ନିର୍ବାଚନ ଋତୁରେ ହାତ ସାଥେ ହାତ ମିଶାଇଲେ ଅଭିନେତା ମନୋଜ ମିଶ୍ର। ନିର୍ବାଚନ ପାଖେଇ ଆସୁଥିବା ବେଳେ ଆଜି ଜଣାଶୁଣା ଅଭିନେତା ମନୋଜ ମିଶ୍ର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଅଜୟ କୁମାର ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ ସେ ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି।

କଂଗ୍ରେସରେ ଯୋଗ ଦେବା ପରେ ମନୋଜ ମିଶ୍ର କହିଛନ୍ତି, ନେତା ହେବାକୁ ନୁହେଁ ବରଂ ଲୋକଙ୍କ ସେବା କରିବାକୁ ରାଜନୀତିକୁ ଆସିଛି । ପଶ୍ଚିମ ଓଡ଼ିଶାରେ ଏବେ ଅନେକ ସମସ୍ୟା ରହିଛି । ସରକାର ଏହା ପ୍ରତି ଦୃଷ୍ଟି ଦେଉନାହାନ୍ତି । ତେଣୁ ଲୋକଙ୍କ ସ୍ୱର ଉଠାଇବାକୁ ମୁଁ କଂଗ୍ରେସରେ ସାମିଲ ହୋଇଛି ।

ସେ ସିନେମାକୁ ବି ନେଇ କହିଛନ୍ତି। ସେ କହିଛନ୍ତି, ଓଡ଼ିଆ ସିନେମା ପାଇଁ ମୁହଁ ଖୋଲିଲି ବୋଲି ଏବେ ଓଡ଼ିଆ ସିନେମାରେ କିଛି ପରିବର୍ତ୍ତନ ଆସିଛି । ନିର୍ବାଚନ ଲଢିବି କି ନାହିଁ ତାହା ପରବର୍ତ୍ତୀ ସମୟରେ ଦଳ ନିଷ୍ପତ୍ତି ନେବ ବୋଲି କହିଛନ୍ତି ଓଲିଉଡର ଏହି ଜଣାଶୁଣା ଅଭିନେତା।