Odisha Link
Bridging the Missing Links in Odisha

କଳାହାଣ୍ଡିରେ ମର୍ମନ୍ତୁଦ ଦୁର୍ଘଟଣା: ୪ ମୃତ, ୫୦ରୁ ଅଧିକ ଶ୍ରମିକ ଆହତ

ଓଏଲ୍‌ ବ୍ୟୁରୋ: କଳାହାଣ୍ଡିରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଥିଲା। ପିକ୍ଅପ ଭ୍ୟାନ ଓଲଟି ୪ ଜଣଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ଗତକାଲି ୨ଜଣଙ୍କ ମୃତ୍ୟୁ ହୋଇଥିଲା। ୫୦ରୁ ଅଧିକ ଶ୍ରମିକ ଦୁର୍ଘଟଣାରେ ଆହତ ହୋଇଥିଲେ। ଗୋଲାମୁଣ୍ଡା ବ୍ଲକ୍ ଡୋକରିପଢ଼ା ଗାଁରେ ଗାଡ଼ି ଓଲଟିଥିଲା। ତେବେ ଆଜି ଆଉ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି।

ସୂଚନା ଅନୁସାରେ, କଳାହାଣ୍ଡି ଧର୍ମଗଡ଼ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଦୁଃଖ ପ୍ରକାଶ କରିଛନ୍ତି। ଏହା ସହ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେଇ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Leave A Reply

Your email address will not be published.