Odisha Link
Bridging the Missing Links in Odisha

ଓଡ଼ିଶାରୁ ପୁଣିଥରେ ରାଜ୍ୟସଭା ଯିବେ ଅଶ୍ୱିନୀ ବୈଷ୍ଣବ

ଓଏଲ୍ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏହାରି ମଧ୍ୟରେ ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜୁ ଜନତା ଦଳ। ବିଜେଡି ଘୋଷଣା କରିଥିବା ଦୁଇ ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି। ତେବେ ତୃତୀୟ ପ୍ରାର୍ଥୀକୁ ନେଇ ଚର୍ଚା ହେଉଥିବାବେଳେ ଆଜି ପୂର୍ଣ୍ଣଛେଦ ପଡିଛି। ଓଡ଼ିଶାରୁ ପୁଣିଥରେ ରାଜ୍ୟସଭା ଯିବେ ଅଶ୍ୱିନୀ ବୈଷ୍ଣବ।

ସୂଚନା ଅନୁସାରେ, ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେଡି। ୩ଟି ଆସନ ମଧ୍ୟରୁ ୨ଟି ପାଇଁ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଏବଂ ରାଜ୍ୟ ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ଘୋଷଣା କରାଯାଇଥିବାବେଳେ ତୃତୀୟ ପ୍ରାର୍ଥୀଙ୍କ ନାମ ଘୋଷଣା ନକରି ସମସ୍ତଙ୍କୁ ସସପେନ୍ସରେ ରଖିଥିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ତେବେ ଆଜି ଏହା ସ୍ପଷ୍ଟ ହୋଇଛି।

ସୂଚନା ଅନୁସାରେ, ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଏଥିପାଇଁ ବିଜ୍ଞପ୍ତି ପ୍ରକାଶ ପାଇସାରିଛି। ଫେବ୍ରୁଆରୀ ୧୫ରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ଫେବ୍ରୁଆରୀ ୧୬ରେ ପ୍ରାର୍ଥିପତ୍ର ଯାଂଚ, ୨୦ରେ ହେବ ପ୍ରାର୍ଥିପତ୍ର ପ୍ରତ୍ୟାହାର ହେବ।

Leave A Reply

Your email address will not be published.