Odisha Link
Bridging the Missing Links in Odisha

ବଡ଼ ଖବର: ରାଜ୍ୟସଭା ନିର୍ବାଚନରେ ଅଶ୍ବିନୀ ବୈଷ୍ଣବଙ୍କୁ ବିଜେଡିର ସମର୍ଥନ

ଓଏଲ୍‌ ବ୍ୟୁରୋ: ଲାଗି ରହିଥିବା ଚର୍ଚ୍ଚାର ପଡ଼ିଛି ପୂର୍ଣ୍ଣଚ୍ଛେଦ। ପୁଣି ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନାଁ ବିଜେପି ଘୋଷଣା କରିଛି। ଆଜି ବିଜେପି ପକ୍ଷରୁ ଏନେଇ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ୨୦୧୯ରେ ବିଜେଡି ସମର୍ଥନରେ ରାଜ୍ୟସଭାକୁ ଯାଇଥିଲେ ଅଶ୍ୱିନୀ। ଏଥର ବି ବିଜେଡିର ସମର୍ଥନରେ ଓଡ଼ିଶାରୁ ପୁଣିଥରେ ରାଜ୍ୟସଭା ଯିବେ ଅଶ୍ୱିନୀ ବୈଷ୍ଣବ। ସବୁଠୁ ବଡ଼କଥା ହେଲା ବିଜେପି ପ୍ରାର୍ଥୀ ଅଶ୍ବିନୀ ବୈଷ୍ଣବଙ୍କୁ ସମର୍ଥନ କରିଛି ବିଜୁ ଜନତା ଦଳ। ଏନେଇ ବିଜେଡି ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ, ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେଡି। ୩ଟି ଆସନ ମଧ୍ୟରୁ ୨ଟି ପାଇଁ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଏବଂ ରାଜ୍ୟ ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ଘୋଷଣା କରାଯାଇଥିବାବେଳେ ତୃତୀୟ ପ୍ରାର୍ଥୀଙ୍କ ନାମ ଘୋଷଣା ନକରି ସମସ୍ତଙ୍କୁ ସସପେନ୍ସରେ ରଖିଥିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ତେବେ ଆଜି ଏହା ସ୍ପଷ୍ଟ ହୋଇଛି।

ସୂଚନା ଅନୁସାରେ, ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଏଥିପାଇଁ ବିଜ୍ଞପ୍ତି ପ୍ରକାଶ ପାଇସାରିଛି। ଫେବ୍ରୁଆରୀ ୧୫ରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ଫେବ୍ରୁଆରୀ ୧୬ରେ ପ୍ରାର୍ଥିପତ୍ର ଯାଂଚ, ୨୦ରେ ହେବ ପ୍ରାର୍ଥିପତ୍ର ପ୍ରତ୍ୟାହାର ହେବ।

Leave A Reply

Your email address will not be published.