Odisha Link
Bridging the Missing Links in Odisha

ରାଜ୍ୟସଭା ନିର୍ବାଚନ: ଆଜି ନାମାଙ୍କନ ଭରିବେ ଅଶ୍ୱିନୀ ବୈଷ୍ଣବ

ଓଏଲ୍‌ ବ୍ୟୁରୋ: ଲାଗି ରହିଥିବା ଚର୍ଚ୍ଚାର ପଡ଼ିଛି ପୂର୍ଣ୍ଣଚ୍ଛେଦ। ପୁଣି ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନାଁ ବିଜେପି ଘୋଷଣା କରିଛି। ବିଜେପି ପକ୍ଷରୁ ଏନେଇ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ତେବେ ଆଜି ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିବେ ଅଶ୍ୱିନୀ ବୈଷ୍ଣବ। ଓଡ଼ିଶାରୁ ତୃତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ।

ସୂଚନା ଅନୁସାରେ, ଗତକାଲି ଅଶ୍ୱିନୀବୈଷ୍ଣବଙ୍କ ନାଁ ଘୋଷଣା କରିଛି ବିଜେପି। ୨୦୧୯ରେ ବିଜେଡି ସମର୍ଥନରେ ରାଜ୍ୟସଭାକୁ ଯାଇଥିଲେ ଅଶ୍ୱିନୀ। ଏଥର ବି ବିଜେଡିର ସମର୍ଥନରେ ଓଡ଼ିଶାରୁ ପୁଣିଥରେ ରାଜ୍ୟସଭା ଯିବେ ଅଶ୍ୱିନୀ ବୈଷ୍ଣବ। ସବୁଠୁ ବଡ଼କଥା ହେଲା ବିଜେପି ପ୍ରାର୍ଥୀ ଅଶ୍ବିନୀ ବୈଷ୍ଣବଙ୍କୁ ସମର୍ଥନ କରିଛି ବିଜୁ ଜନତା ଦଳ। ଏନେଇ ବିଜେଡି ପକ୍ଷରୁ ସୂଚନା ଦିଆଯାଇଛି।

ପୂର୍ବରୁ, ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେଡି। ୩ଟି ଆସନ ମଧ୍ୟରୁ ୨ଟି ପାଇଁ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଏବଂ ରାଜ୍ୟ ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ଘୋଷଣା କରାଯାଇଥିବାବେଳେ ତୃତୀୟ ପ୍ରାର୍ଥୀଙ୍କ ନାମ ଘୋଷଣା ନକରି ସମସ୍ତଙ୍କୁ ସସପେନ୍ସରେ ରଖିଥିବାବେଳେ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେପି ପ୍ରାର୍ଥୀ କରିଛି।

ଅନ୍ୟପଟେ, ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଏଥିପାଇଁ ବିଜ୍ଞପ୍ତି ପ୍ରକାଶ ପାଇସାରିଛି। ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ଫେବ୍ରୁଆରୀ ୧୬ରେ ପ୍ରାର୍ଥିପତ୍ର ଯାଂଚ, ୨୦ରେ ହେବ ପ୍ରାର୍ଥିପତ୍ର ପ୍ରତ୍ୟାହାର ହେବ।

Leave A Reply

Your email address will not be published.