Odisha Link
Bridging the Missing Links in Odisha

ବାଜିଲାଣି ନିର୍ବାଚନୀ ବିଗୁଲ; ଓଡ଼ିଶାରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କଲେ ସିଇସି

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏସବୁ ଭିତରେ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ କମିଶନ। ନିର୍ବାଚନ କମିଶନ ଓ ଅଧିକାରୀ ମାନେ ଓଡ଼ିଶା ଆସି ଏଠାରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରୁଛନ୍ତି।

ସାଧାରଣ ନିର୍ବାଚନ ଲାଗି ସିଇସି ରାଜୀବ କୁମାର ପ୍ରସ୍ତୁତିର ସମୀକ୍ଷା କରୁଛନ୍ତି। ଗତକାଲିଠୁ ୩ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ନିର୍ବାଚନ କମିଶନଙ୍କ ସମେତ ୮ଜଣିଆ ଦଳ। ନିର୍ବାଚନୀ ସମୀକ୍ଷା କରିବା ସହିତ ରାଜ୍ୟ ପଦାଧିକାରୀଙ୍କ ସହ ସମୀକ୍ଷା କରୁଛନ୍ତି। ଲୋକସଭା ନିର୍ବାଚନ ପାଖେଇ ଆସୁଥିବାରୁ ଏହି ସମୀକ୍ଷା ବେଶ ଗୁରୁତ୍ୱପୂର୍ଣ୍ଣ ଅଟେ ବୋଲି ସୂଚନା ଜାରି ହୋଇଛି।