Odisha Link
Bridging the Missing Links in Odisha

ଆଜିଠୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା। ଚଳିତବର୍ଷ କଳାରେ ମୋଟ୍ ୨ ଲକ୍ଷ ୩୭ ହଜାର ୭୫୦, ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି। ସେହିଭଳି ଧନ୍ଦାମୂଳକରେ ୫ହଜାର ୭୯୨ଜଣ ପରୀକ୍ଷା ଦେଉଛନ୍ତି। ସୋସିଆଲ ମିଡିଆରେ କୌଣସି ଭାଇରାଲ ପ୍ରଶ୍ନପତ୍ରକୁ ବିଶ୍ବାସ ନକରିବାକୁ ପରାମର୍ଶ ଦିଆଯାଇଛି। ଆସନ୍ତା ମାର୍ଚ୍ଚ ୨୦ ତାରିଖ ଯାଏଁ ପରୀକ୍ଷା ଚାଲିବ।

ପରୀକ୍ଷା କେନ୍ଦ୍ରରେ ସିସି ଟିଭିକୁ ଗୁରୁତ୍ବ ଦିଆଯାଇଛି। ଏବଂ ମାଧ୍ୟମିକ ଶିକ୍ଷା ପରିଷଦରେ ଏହାର ଲାଇଭ୍ ସ୍କ୍ରିନିଂ ବ୍ୟବସ୍ଥା ହୋଇଛି। ପରୀକ୍ଷା ଲାଗି ଭିନ୍ନକ୍ଷମ ମାନଙ୍କୁ ଅଧିକ ଘଣ୍ଟାଏ ସମୟ ମିଳିବ। ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ଗୁରୁତ୍ୱ ଦିଆଯାଇଛି ଏବଂ ମାଧ୍ୟମିକ ଶିକ୍ଷା ପରିଷଦରେ ଏହାର ଲାଇଭ ଷ୍ଟ୍ରିମିଙ୍ଗ ବ୍ୟବସ୍ଥା ହୋଇଛି। ପରୀକ୍ଷା ଲାଗି ଭିନ୍ନକ୍ଷମମାନଙ୍କୁ ଅଧିକ ଘଣ୍ଟାଏ ସମୟ ମିଳିବ।

ଗତକାଲିଠୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇଛି। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଉଛନ୍ତି।

Leave A Reply

Your email address will not be published.