Odisha Link
Bridging the Missing Links in Odisha

ଆଜି ବନ୍ଦ ରହିବ କାଳିଆ ଦର୍ଶନ

ଓଏଲ୍‌ ବ୍ୟୁରୋ: ବୁଧବାର ମହାପ୍ରଭୁଙ୍କ ଅନୁଷ୍ଠିତ ହେବ ବନକଲାଗି ନୀତି। ମାଘ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୯ ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ।

ତାପରେ ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

Leave A Reply

Your email address will not be published.