ନିର୍ବାଚନ ପାଇଁ ପ୍ରସ୍ତୁତି ବୈଠକ; ସବୁ ଜିଲ୍ଲାର ପ୍ରଶାସନିକ ଅଧିକାରୀଙ୍କୁ ଦିଆଯାଉଛି ତାଲିମ

ଓଏଲ୍ ବ୍ୟୁରୋ: ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ନିର୍ବାଚନ ପାଇଁ ପ୍ରସ୍ତୁତି ବୈଠକ ଆରମ୍ଭ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ବୈଠକ ଜାରି ରହିଛି। ସମସ୍ତ ଜିଲ୍ଲାର ପ୍ରଶାସନିକ ଅଧିକାରୀଙ୍କ ସହ ବୈଠକ କରାଯାଉଥିବାବେଳେ ନିର୍ବାଚନ ପାଇଁ ଅଧିକାରୀଙ୍କୁ ତାଲିମ ଦିଆଯାଉଛି।
ଅନ୍ୟପଟେ, ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜ୍ୟକୁ କେନ୍ଦ୍ରମନ୍ତ୍ରୀଙ୍କ ସିରିଜ ଗସ୍ତ ଆରମ୍ଭ ହୋଇଛି। ବିଜେପିର ହେଭିୱେଟ ନେତା ଏବେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି।