Odisha Link
Bridging the Missing Links in Odisha

ଛାତ୍ରୀଛାତ୍ରୀଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଉପହାର: ନୂଆ-ଓ ଛାତ୍ରବୃତ୍ତି ପ୍ରଦାନ କଲେ ୫-ଟି ଅଧ୍ୟକ୍ଷ

ଓଏଲ୍‌ ବ୍ୟୁରୋ: ଛାତ୍ରୀଛାତ୍ରୀଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଉପହାର। ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କୁ ନୂଆ-ଓ ଛାତ୍ରବୃତ୍ତି ପ୍ରଦାନ କରାଯାଉଛି। ଆଜି ତିନି ଜିଲ୍ଲାର ଛାତ୍ରଛାତ୍ରୀଙ୍କୁ ନୂଆ-ଓ ସ୍କଲାରସିପ ସାର୍ଟିଫିକେଟ ପ୍ରଦାନ କରୁଛନ୍ତି ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ରାଜ୍ୟ ସରକାର ଛାତ୍ରଛାତ୍ରୀଙ୍କ ପାଇଁ ଛାତ୍ରବୃତ୍ତି ଯୋଜନା କରିଛନ୍ତି।

ପ୍ରତିବର୍ଷ ଯୁକ୍ତ ୩ ଓ ପିଜି ପିଲାଙ୍କୁ ମିଳିବ ଛାତ୍ରବୃତ୍ତି। ପାଖାପାଖି ସାଢେ ୪ ଲକ୍ଷ +୩ ପିଲା ଏହି ଛାତ୍ରବୃତ୍ତି ପାଇବେ। ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷା ପାଇଁ ସହାୟକ ହେବ ନୂଆ-ଓ ଛାତ୍ରବୃତ୍ତି। ସମ୍ବଲପୁର, ଦେବଗଡ଼, ଅନୁଗୋଳରେ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ନୂଆ-ଓ ଛାତ୍ରବୃତ୍ତି ବିତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି।

ଛାତ୍ରୀଙ୍କୁ ୧୦୦୦୦ ଏବଂ ଛାତ୍ରଙ୍କୁ ୯୦୦୦ ପ୍ରତିବର୍ଷ ଛାତ୍ରବୃତ୍ତି ମିଳିବ। ଏସସି ଏବଂ ଏସଟି ଓ ନିର୍ମାଣ ଶ୍ରମିକ ଯୋଜନା ଅନ୍ତର୍ଭୁକ୍ତ ଛାତ୍ରଛାତ୍ରୀଙ୍କୁ ୧୧୦୦୦ ଟଙ୍କା ମିଳିବ। ମୁଖ୍ୟମନ୍ତ୍ରୀଙ୍କ ଏହି ଐତିହାସିକ ନିଷ୍ପତିକୁ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ପ୍ରଶଂସା କରିଛନ୍ତି।

Leave A Reply

Your email address will not be published.