Odisha Link
Bridging the Missing Links in Odisha

ମୋଦିଙ୍କ ବଡ଼ ଭେଟି: ୫୫୩ଟି ରେଳ ଷ୍ଟେସନର ଶିଳାନ୍ୟାସ

ଓଏଲ୍‌ ବ୍ୟୁରୋ: ମୋଦିଙ୍କ ବଡ଼ ଉପହାର। ଦେଶରେ ରେଳ ଭିତିଭୂମିକୁ ସୁଦୃଢ଼ କରିବା ସହ ରେଳ ଷ୍ଟେସନ ଗୁଡ଼ିକରେ ବିଶ୍ୱସ୍ତରୀୟ ସେବା ଉପଲବ୍ଧ କରିବା ଦିଗରେ କେନ୍ଦ୍ର ସରକାର ଗୁରୁତ୍ୱ ଦେଇଛନ୍ତି। ଆଜି ୪୧ ହଜାର କୋଟି ମୂଲ୍ୟର ୨ ହଜାରରୁ ଅଧିକ ରେଳ ଭିତ୍ତିିଭୂମି ପ୍ରକଳ୍ପର ଶିଦଘାଟନ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଅମୃତ ଭାରତ ଷ୍ଟେସନ ଯୋଜନାରେ ୫୫୩ଟି ରେଳ ଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସ କରାଯାଇଛି। ଏଥିପାଇଁ ଖର୍ଚ୍ଚ ହେବ ୧୯ ହଜାର କୋଟିରୁ ଅଧିକ ଟଙ୍କା। ଏହି ଷ୍ଟେସନ ଗୁଡ଼ିକ ସହରର ଉଭୟ ପାଶ୍ୱର୍କୁ ମିଶାଇ ସିଟି ସେଂଟର ଭାବେ କାର୍ଯ୍ୟ କରିବ। ଏହି ଯୋଜନାରେ ଓଡ଼ିଶାକୁ ଗୁରୁତ୍ୱ ଦେଇଛନ୍ତି କେନ୍ଦ୍ର ସରକାର। ଏହି ଷ୍ଟେସନ ଗୁଡ଼ିକ ମଧ୍ୟରେ ଓଡ଼ିଶାରେ ୨୧ଟି ଷ୍ଟେସନ ରହିଛି।

Leave A Reply

Your email address will not be published.