Odisha Link
Bridging the Missing Links in Odisha

ପଦ୍ମ ଧରିଲେ ଚିଲିକା ବିଧାୟକ

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏସବୁ ଭିତରେ ବିଜେପିରେ ଯୋଗ ଦେଇଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ବିଜେପି ଦଳୀୟ କାର୍ଯ୍ୟାଳୟରେ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ପ୍ରଶାନ୍ତ।

ସୂଚନା ଅନୁସାରେ, ପୂର୍ବରୁ ବିଜେଡିରୁ ନିଲମ୍ବିତ ହୋଇଥିଲେ ପ୍ରଶାନ୍ତ ଜଗଦ୍ଦେବ। ସେହିଭଳି ବାଣପୁରରେ ଲୋକଙ୍କ ଉପରେ ଗାଡି ଚଢାଇଦେବା ଘଟଣା ପରେ ବିଜେଡିରୁ ବହିଷ୍କୃତ ହୋଇଥିଲେ ପ୍ରଶାନ୍ତ। ସେତେବେଳେ ପ୍ରଶାନ୍ତଙ୍କ ଗାଡି ଚଢା ଘଟଣାକୁ ନେଇ ପୂରା ଦେଶରେ ଚର୍ଚ୍ଚା ହୋଇଥିଲା। ନିଜର ଦବଙ୍ଗଗିରି ପାଇଁ ବିବାଦୀୟ ହୋଇଥିବା ପ୍ରଶାନ୍ତ ଦୀର୍ଘଦିନ ଧରି ଚିଲିକା ରାଜନୀତିରୁ ଦୂରେଇ ରହିଥିବା ବେଳେ ବିଜେପିରେ ମିଶିବା ନେଇ ପୂର୍ବରୁ ଚର୍ଚ୍ଚା ହେଉଥିଲା। ଏବେ ଏନେଇ ସ୍ପଷ୍ଟ ସଂକେତ ମିଳିଛି। ଆଜି ବିଜେପିରେ ସାମିଲ ହେଲେ ପ୍ରଶାନ୍ତ ଜଗଦ୍ଦେବ। ଭୁବନେଶ୍ୱର ସାଂସଦ ଅପରାଜିତାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି।

Leave A Reply

Your email address will not be published.