ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଓଏଲ୍ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏସବୁ ଭିତରେ କେନ୍ଦ୍ରୀୟ ନେତାଙ୍କ ଓଡିଶା ଗସ୍ତ ଦେଖିବାକୁ ମିଳୁଥିବାବେଳେ ମାର୍ଚ୍ଚ ୫ରେ ପ୍ରଧାନମନ୍ତ୍ରୀ ଓଡିଶା ଆସିବା ନେଇ ରାଜ୍ୟ ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି ସୂଚନା ଦେଇଛନ୍ତି। ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଏଯାଏ ପ୍ରସ୍ତୁତ ହୋଇନଥିବାବେଳେ ଚଣ୍ଡିଖୋଲ ସାଧାରଣ ସଭାରେ ଯୋଗ ଦେବା ସହ ଜାତୀୟ ରାଜପଥ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଥିବା ରାଜ୍ୟ ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି ସୂଚନା ଦେଇଛନ୍ତି।