Odisha Link
Bridging the Missing Links in Odisha

ଆସନ୍ତା ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ; ସୁରକ୍ଷା ପାଇଁ ସମୀକ୍ଷା କଲେ ମୁଖ୍ୟ ସଚିବ

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏସବୁ ଭିତରେ କେନ୍ଦ୍ରୀୟ ନେତାଙ୍କ ଓଡିଶା ଗସ୍ତ ଦେଖିବାକୁ ମିଳୁଥିବାବେଳେ ମାର୍ଚ୍ଚ ୫ରେ ପ୍ରଧାନମନ୍ତ୍ରୀ ଓଡିଶା ଆସିବା ନେଇ ରାଜ୍ୟ ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି ସୂଚନା ଦେଇଥିଲେ।

ଆସନ୍ତା ୫ରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ନେଇ ମୁଖ୍ୟ ସଚିବ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ପ୍ରଶାସନିକ ପ୍ରସ୍ତୁତି, ସୁରକ୍ଷାର ସମୀକ୍ଷା କରିଛନ୍ତି। ୫ ଅପରାହ୍ନରେ ପ୍ରଧାନମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ହେଲିକପ୍ଟରରେ ଚଣ୍ଡିଖୋଲ ଯାତ୍ରା କରି କାର୍ଯ୍ୟକ୍ରମରେ ଭାଗ ନେବେ। ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ। ଏକ ସାଧାରଣ ସଭାକୁ ପ୍ରଧାନମନ୍ତ୍ରୀ ସମ୍ବୋଧିତ କରିବେ। ସନ୍ଧ୍ୟାରେ ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରି ଦିଲ୍ଲୀ ଫେରିଯିବାର ସୂଚନା ରହିଛି।

Leave A Reply

Your email address will not be published.