Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତି; ବୃଦ୍ଧି ହେଲା ଗଣଶିକ୍ଷକ ମାନଙ୍କ ପାରିଶ୍ରମିକ

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ। ସୂଚନାଯୋଗ୍ୟ ଯେ, ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଓ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକ ମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଓଟିଇଟି ପାସ କରିଥିବା ଗଣଶିକ୍ଷକ ମାନଙ୍କୁ ଶିକ୍ଷକ (ଏକ୍ସ କ୍ୟାଡର) ଭାବରେ ନିୟମିତ କରାଯିବ। ଏହାଦ୍ୱାରା ରାଜ୍ୟର ୧୪୭୨ ଗଣଶିକ୍ଷକ ଉପକୃତ ହେବେ। ସେହିପରି ଓଟିଇଟି ପାସ କରିନଥିବା ଗଣଶିକ୍ଷକ ମାନଙ୍କ ମାସିକ ପାରିତୋଷିକ ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାଦ୍ୱାରା ୧୧୨୧ ଜଣ ଗଣଶିକ୍ଷକ ଉପକୃତ ହେବେ।

ଏହାସହିତ ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ ଓଟିଇଟି ପାସ କରିଥିବା ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ପ୍ରଦାନ କରାଯିବ। ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ଉପକୃତ ହେବେ।

Leave A Reply

Your email address will not be published.