Odisha Link
Bridging the Missing Links in Odisha

ରାଜ୍ୟରେ ଉପରମୁହାଁ ପାରଦ; କଲବଲ କରୁଛି ତାତି

ଓଏଲ୍‌ ବ୍ୟୁରୋ: ଫେବ୍ରୁଆରୀରୁ ରାଜ୍ୟରେ ଉପରମୁହାଁ ହୋଇଥିଲା ପାରଦ। ଉପାନ୍ତରୁ ଉପକୂଳ ସବୁଠି ଗ୍ରୀଷ୍ମପ୍ରବାହ ଅସ୍ତବ୍ୟସ୍ତ କରୁଛି। କିଛି ଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି। ଗତକାଲି ରାଜ୍ୟର ୬ ସହରର ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଥିଲା। ପାରଳାଖେମୁଣ୍ଡିର ତାତି ସର୍ବାଧିକ ୩୭ ଡିଗ୍ରୀ ରହିଥିଲା। ୮ ଦିନ ପରେ ରାଜଧାନୀର ତାତି ପୁଣି ୩୬ ଡିଗ୍ରୀ ପାର କରିଥିଲା।

ଅନ୍ୟପଟେ, ତାତିରୁ ମିଳିପାରେ ସାମାନ୍ୟ ଆଶ୍ୱସ୍ତି। ଆଜି ୭ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁରରେ ହାଲୁକା ବର୍ଷା ହୋଇପାରେ। ଆସନ୍ତା ୭ ଓ ୮ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ୭ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, ଦେବଗଡ଼, ମୟୂରଭଂଜ ଜିଲ୍ଲାରେ ବର୍ଷା ହୋଇପାରେ । ୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଓ ଜଗତସିଂହପୁର ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.