ଆଜି ପ୍ରବାଦ ପୁରୁଷଙ୍କ ୧୦୮ତମ ଜୟନ୍ତୀ; ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜୟନ୍ତୀ। ବିଜୁ ପଟ୍ଟନାୟକଙ୍କ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ଲେଖିଛନ୍ତି, ବିଜୁ ପଟ୍ଟନାୟକଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ପିଢ଼ି ପରେ ପିଢ଼ିଙ୍କୁ ପ୍ରେରଣା ଯୋଗାଏ। ଦେଶ ପାଇଁ ତାଙ୍କ ଅବଦାନ ଓ ବିକାଶ ପାଇଁ ପ୍ରତିବଦ୍ଧତା ଉଦାହରଣ।
I pay homage to the legendary Biju Patnaik Ji on his birth anniversary. His visionary leadership and indomitable spirit continue to inspire generations. His contributions to our nation and his unwavering commitment to development are exemplary.
Today, on this special day, I look…
— Narendra Modi (@narendramodi) March 5, 2024
ଅନ୍ୟପଟେ, ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହିତ ଡାକ୍ତରଖାନା, ବୃଦ୍ଧାଶ୍ରମ, ଅନାଥାଶ୍ରମ ଏବଂ ବାଳାଶ୍ରମରେ ଫଳ ବଣ୍ଟନ କରାଯିବ। ଅପରାହ୍ନରେ ସାଧାରଣ ସଭା ଆୟୋଜନ କରାଯିବ। ନିଃସ୍ୱାର୍ଥପର ଲୋକସେବାର ପ୍ରତୀକ, ପ୍ରବାଦ ପୁରୁଷ, ମହାନ ରାଷ୍ଟ୍ରନୀତିଜ୍ଞ ତଥା ସ୍ୱାଧୀନତା ସଂଗ୍ରାମୀ ବିଜୁବାବୁଙ୍କର ଆମ ଦେଶ ତଥା ଜାତି ପ୍ରତି ଅମୂଲ୍ୟ ଅବଦାନ, ସଶକ୍ତ ଏବଂ ପୂର୍ଣ ବିକଶିତ ଓଡ଼ିଶା ନିର୍ମାଣ ଦିଗରେ ତାଙ୍କର ଅବିଶ୍ରାନ୍ତ ସଂଗ୍ରାମ ବିଷୟରେ ସବିଶେଷ ଆଲୋଚନା କରାଯିବ।
ଉପସ୍ଥିତ ସମସ୍ତ ସଦସ୍ୟ ଏକ ‘ସମୃଦ୍ଧ, ସଶକ୍ତ, ନବୀନ ଓଡ଼ିଶା ଗଠନ ନିମନ୍ତେ ଶପଥ ଗ୍ରହଣ କରିବେ। ସେହିପରି ବିଜୁ ଯୁବ ଜନତା ଦଳ ଏବଂ ବିଜୁ ଛାତ୍ର ଜନତା ଦଳ ତରଫରୁ ସାଇକେଲ ଶୋଭାଯାତ୍ରା ଓ ଗଣଦୌଡ଼ ଆୟୋଜନ କରାଯାଉଛି।