Odisha Link
Bridging the Missing Links in Odisha

ଶେଷ ହୋଇଛି ଚଳିତବର୍ଷର ମାଟ୍ରିକ ପରୀକ୍ଷା; ଆସନ୍ତା ୧୫ରୁ ଖାତା ଦେଖା ଆରମ୍ଭ

ଓଏଲ୍‌ ବ୍ୟୁରୋ: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଶେଷ ହୋଇଛି। ଫେବୃଆରୀ ୨୦ ତାରିଖରେ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଗତକାଲି ଶେଷ ହୋଇଛି। ଶେଷ ଦିନରେ ସାମାଜିକ ବିଜ୍ଞାନ ବିଷୟରେ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଚଳିତବର୍ଷ ୨ ହଜାର ୯୯୧ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଥିଲେ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ। ପରୀକ୍ଷା ଶେଷ ହୋଇଥିବାବେଳେ ଆସନ୍ତା ୧୫ରୁ ଖାତା ଦେଖା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ମାଟ୍ରିକ ବୋର୍ଡ କର୍ତ୍ତୃପକ୍ଷ। ସେହିଭଳି ପରୀକ୍ଷାକୁ ସ୍ୱଚ୍ଛଳ କରିବା ପାଇଁ କଡା ସୁରକ୍ଷା ବ୍ୟବସ୍ତା କରାଯାଇଥିଲା।

ମାର୍ଚ୍ଚ ୧୫ତାରିଖରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା। ଆଜି ନୋଡାଲ ସେଣ୍ଟରରୁ ଉତ୍ତର ଖାତା ସଂଗ୍ରହ ହୋଇ ଆସନ୍ତାକାଲି ସୁଦ୍ଧା ବୋର୍ଡ କାର୍ଯ୍ୟାଳୟରେ ପହଂଚିବ। ତେବେ ୧୫ଦିନ ମଧ୍ୟରେ ମୂଲ୍ୟାୟନ ସାରିବାକୁ ନିର୍ଦ୍ଦେଶ ରହିଛି। ଫେବୃଆରୀ ୨୦ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଗତକାଲି ସାମାଜିକ ବିଜ୍ଞାନ ପରୀକ୍ଷା ସହ ଶେଷ ହୋଇଛି। ପରୀକ୍ଷା ସରିବା ପରେ ରାଜ୍ୟର ୩୧୩ଟି ନୋଡାଲ ସେଂଟରରୁ ଉତ୍ତରଖାତା ସଂଗ୍ରହ ପାଇଁ ବୋର୍ଡ ପକ୍ଷରୁ ଗଠିତ ଟିମକୁ ପଠାଯାଇଛି।୧୫ତାରିଖରୁ ଖାତା ଦେଖା ଆରମ୍ଭ ହେବାକୁ ଥିବା ବେଳେ ଉତ୍ତରଖାତା ଗୁଡ଼ିକ ଆସନ୍ତା ୧୩ତାରିଖ ସୁଦ୍ଧା ୫୪ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଗୁଡ଼ିକୁ ପହଞ୍ଚାଇ ଦିଆଯିବ। ଖାତା ଦେଖା ଆରମ୍ଭ ହେବାର ୧୫ଦିନ ଭିତରେ ମୂଲ୍ୟାୟନ ସାରିବାକୁ ନିର୍ଦ୍ଦେଶ ରହିଥିବା ମାଟ୍ରିକ ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Leave A Reply

Your email address will not be published.