ପୁଣି ଓଡ଼ିଶା ଆସିବେ ଅମିତ ଶାହ!

ଓଏଲ୍ ବ୍ୟୁରୋ: ନିର୍ବାଚନ ଯେତେ ପାଖଉଛି ଓଡ଼ିଶା ରାଜନୈତିକ ମାହୋଲ ସେତେ ସରଗରମ ହେବାରେ ଲାଗିଛି। ବିଗତ କିଛି ଦିନ ହେବ ଓଡ଼ିଶାରେ ବିଜେଡି-ବିଜେପି ମେଣ୍ଟ ହେବା ନେଇ ଜୋରଦାର ଚର୍ଚ୍ଚା ହେଉଥିଲା। ହେଲେ ଏଥିରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମେଣ୍ଟ ହେବ ନାହିଁ କହି ପୂର୍ଣ୍ଣଚ୍ଛେଦ ପକାଇଥିଲେ। ଏସବୁ ମଧ୍ୟରେ ପୁଣି ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ। ମେଣ୍ଟ ଚର୍ଚ୍ଚା ଭିତରେ ଓଡ଼ିଶା ଆସିବେ ଶାହ। ୧୨ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି ଶାହ। ବିଜେପି ନେତାଙ୍କ ସହ ଆଲୋଚନା କରିପାରନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ଭେଟିପାରନ୍ତି।