Odisha Link
Bridging the Missing Links in Odisha

ନିଯୁକ୍ତି ପର୍ବ: ବିଭିନ୍ନ ବିଭାଗର ୧୨୯୪ ଜଣ ଅଧିକାରୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ ବିଭାଗରେ ୧୨ ଶହ ୯୪ ଜଣଙ୍କୁ ନିଯୁକ୍ତି ପ୍ରଦାନ କରାଯିବ। ଆଜି ବିଭିନ୍ନ ବିଭାଗରେ ନିଯୁକ୍ତ ହେବେ ୧୨ ଶହ ୯୪ ଜଣ ଅଧିକାରୀ। ନବ ନିଯୁକ୍ତ କର୍ମଚାରୀଙ୍କୁ ଦିଗଦର୍ଶନ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ନିଯୁକ୍ତି ପର୍ବରେ ନିଯୁକ୍ତି ପତ୍ର ପ୍ରଦାନ କରାଯିବ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୭୨୫ ଜଣ କନିଷ୍ଠ ସହାୟକ, ଅର୍ଥ ବିଭାଗରେ ୧୭୭ ଜଣ ସ୍ଥାନୀୟ ପାଣ୍ଠି ସମୀକ୍ଷକ, ୯୬ ଜଣ ସହକାରୀ ବାଣିଜ୍ୟ କର ଏବଂ ଦ୍ରବ୍ୟ ଓ ସେବା କର ଅଧିକାରୀ, ୭ଜଣ ଉପଖଣ୍ଡ ଆର୍ଥିକ ସେବା ଓ ସଞ୍ଚୟ ଅଧିକାର ନିଯୁକ୍ତି ପାଇବାକୁ ଯାଉଛନ୍ତି। ଅର୍ଥ ବିଭାଗରେ ମୋଟ୍ ୨୮୦ ଜଣ ନୂତନ ଭାବେ ନିଯୁକ୍ତି ପାଇବେ। ଗ୍ରାମ୍ୟ ଉନ୍ନୟନ ବିଭାଗରେ ୧୧୬ ଜଣ କନିଷ୍ଠ ସହାୟକ, ୫ଜଣ କନିଷ୍ଠ କିରାଣୀ ଏବଂ ୮ଜଣ କନିଷ୍ଠ ଷ୍ଟେନୋଗ୍ରାଫର ନିଯୁକ୍ତି ପାଇବେ। ଗ୍ରାମ୍ୟ ଉନ୍ନୟନ ବିଭାଗରେ ମୋଟ୍ ୧୨୯ ଜଣ ନୂତନ ଭାବେ ନିଯୁକ୍ତି ପାଇବେ। କ୍ରୀଡା ବିଭାଗରେ କ୍ରୀଡ଼ା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୧୬୦ ଜଣ କୃତୀ କ୍ରୀଡ଼ାବିତଙ୍କୁ ନିଯୁକ୍ତି ଦିଆଯିବ। ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓ ଗୃହ ବିଭାଗର ବିଭିନ୍ନ ପଦବୀରେ ନିଯୁକ୍ତି ପ୍ରଦାନ କରାଯିବ।

Leave A Reply

Your email address will not be published.