Odisha Link
Bridging the Missing Links in Odisha

ଓଡ଼ିଶାରେ ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ; ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ। ବିଶାଖାପାଟଣାରୁ ଭୁବନେଶ୍ୱର ଅଭିମୁଖେ ବନ୍ଦେ ଭାରତ ଏକ୍ସପ୍ରେସ ଆରମ୍ଭ ହୋଇଛି। ଏହା ଖୋର୍ଦ୍ଧା ରୋଡ୍, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ ଓ ବିଜୟନଗରମରେ ରହିବ। ରେଳବାଇ ଭିତ୍ତିଭୂମିର ଅଭିବୃଦ୍ଧି ଓ ଭାରତୀୟ ରେଳ ସଂଯୋଗୀକରଣ ପ୍ରକ୍ରିୟାର ବୃଦ୍ଧି କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ସାରା ଦେଶରେ ୨୭୪ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିଛନ୍ତି। ୮୫ ହଜାର କୋଟି ଟଙ୍କାର ୬ ହଜାର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ। ଏହା ସହ ୧୦ଟି ବନ୍ଦେ ଭାରତ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।

Leave A Reply

Your email address will not be published.