Odisha Link
Bridging the Missing Links in Odisha

ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି ଅସୁସ୍ଥ; ଡାକ୍ତରଖାନାରେ ଚାଲିଛି ଚିକିତ୍ସା

ଓଏଲ୍‌ ବ୍ୟୁରୋ: ଦେଶର ପ୍ରଥମ ମହିଳା ରାଷ୍ଟ୍ରପତିଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଭାରତ ପ୍ରଥମ ମହିଳା ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କୁ ମହାରାଷ୍ଟ୍ରର ପୁଣେ ସହରର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜ୍ୱର ଏବଂ ଛାତି ସଂକ୍ରମଣ ଯୋଗୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା କୁହାଯାଉଛି।

ସୂଚନା ଅନୁସାରେ, ରାଷ୍ଟ୍ରପତିଙ୍କୁ ବୁଧବାର ଭାରତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହା ପରେ ହସ୍ପିଟାଲର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ୮୯ ବର୍ଷୀୟ ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କୁ ଗତକାଲି ରାତିରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ ଜ୍ୱର ଏବଂ ଛାତି ସଂକ୍ରମଣ ଶିକାର ହୋଇଛନ୍ତି। ସେ ସୁସ୍ଥ ଅଛନ୍ତି ଏବଂ ଚିକିତ୍ସିତ ହେଉଛନ୍ତି। ଡାକ୍ତରଙ୍କ କଡା ନଜରରେ ରହିଛନ୍ତି।

Leave A Reply

Your email address will not be published.