ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ରିପୋର୍ଟ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଓଏଲ୍ ବ୍ୟୁରୋ: ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ଷ୍ଟାଟସ୍ ଦାଖଲ ପାଇଁ ନିର୍ଦେଶ ଦିଆଯାଇଛି। ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା ତଦନ୍ତ କମିସନ ରିପୋର୍ଟକୁ ରାଜ୍ୟବାସୀ ଅପେକ୍ଷା କରିଛନ୍ତି। ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ ୩ ସପ୍ତାହ ସମୟ ନେଲେ ରାଜ୍ୟ ସରକାର। ୩ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ। ଚାବି ହଜିବା ନେଇ କମିଶନ ଗଠନ ହୋଇଥିଲା।
ସୂଚନାଥାଉକି, ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା ସାମ୍ନାକୁ ଆସିବା ପରେ ରାଜ୍ୟବ୍ୟାପି ହଇଚଇ ସୃଷ୍ଟି ହୋଇଥିଲା। ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ, ସ୍ୱେଚ୍ଛାସେବୀ ସଂଗଠନ ହୋହଲ୍ଲା କରିଥିଲେ। ରାଜ୍ୟ ସରକାର ଏହି ପ୍ରସଙ୍ଗକୁ ଗୁରୁତ୍ବ ଦେଇ ଜଷ୍ଟିସ ରଘୁବୀର ଦାସଙ୍କୁ ନେଇ ଏକ ତଦନ୍ତ କମିସନ ଗଠନ କରିଥିଲେ। କମିସନ ନିଜର ତଦନ୍ତ ଶେଷ କରି ୨୦୧୮ ନଭେମ୍ବର ୨୯ରେ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ। କିନ୍ତୁ ତାହା ଏବେ ଯାଏ ବି ସାର୍ବଜନୀନ କରାଯାଇନାହିଁ।