Odisha Link
Bridging the Missing Links in Odisha

ବିଜେଡିରେ ମିଶିଲେ ଖଡ଼ିଆଳ ବିଧାୟକ

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ବାଜିସାରିଲାଣି ନିର୍ବାଚନ ବିଗୁଲ। ଏପ୍ରିଲ ୧୯ ତାରିଖରୁ ଆରମ୍ଭ ହୋଇ ଜୁନ୍‌ ୧ ତାରିଖ ପର୍ଯ୍ୟନ୍ତ ୭ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଲୋକସଭା ନିର୍ବାଚନ। ଓଡ଼ିଶାରେ ଏକା ସମୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ହେଉଥିବାରୁ ସାରା ଦେଶରେ ନଜର ରହିଛି। ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ହେବାକୁ ଥିବାବେଳେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାରି ମଧ୍ୟରେ ନେତାଙ୍କ ଦଳଡିଆଁ ପର୍ବ ଜାରି ରହିଛି। ଆଜି ଖଡ଼ିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି।

ଅନ୍ୟପଟେ, ଲୋକସଭା ନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସକୁ ବଡ ଝଟକା ଲାଗିଛି। କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି ବିଧାୟକ ଅଧିରାଜ ପାଣିଗ୍ରାହୀ। ସେ ମଙ୍ଗଳବାର କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ଇସ୍ତଫାପତ୍ର ପଠାଇଛନ୍ତି। ଦୀର୍ଘ ୨୫ ବର୍ଷ ଧରି ସେବା କରିବାକୁ ସୁଯୋଗ ଦେଇଥିବାରୁ କଂଗ୍ରେସକୁ ଧନ୍ୟବାଦ ଦେଇଛନ୍ତି ଅଧିରାଜ। କଂଗ୍ରେସ ଛାଡ଼ି ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି ଅଧିରାଜ ପାଣିଗ୍ରାହୀ। ନିର୍ବାଚନ ମଣ୍ଡଳୀର ଜନସାଧାରଣ ଓ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରି କଂଗ୍ରେସ ଛାଡିଥିବା ଅଧିରାଜ କହିଛନ୍ତି।

Leave A Reply

Your email address will not be published.