Odisha Link
Bridging the Missing Links in Odisha

ବିଜେଡି ଏକାକୀ ଲଢ଼ିବ, ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ: ପ୍ରଣବ ପ୍ରକାଶ ଦାସ

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନୀ ମାହୋଲ। ଓଡ଼ିଶାରେ ଏକାଥରେ ବିଧାନସଭା ଓ ଲୋକସଭା ନିର୍ବାଚନ ହେଉଥିବା ବେଳେ ସାରା ଦେଶର ନଜର ଏବେ ବିଶେଷ ଭାବେ ଓଡ଼ିଶା ଉପରେ ରହିଛି। ଓଡ଼ିଶାରେ ବିଜେଡି-ବିଜେପି ମେଣ୍ଟ ହେବା ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ମଧ୍ୟାହ୍ନରେ ଓଡ଼ିଶା ବିଜେପି ସଭାପତି ମନମୋହନ ସାମଲ ମେଣ୍ଟ ନୁହେଁ ଦଳ ଏକାକୀ ଲଢ଼ିବ ବୋଲି ସୂଚନା ଦେଇଥିଲେ। ସନ୍ଧ୍ୟାରେ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବିଜେଡି ଏକାକୀ ଲଢ଼ିବ ବୋଲି କହିଛନ୍ତି।

ପ୍ରଣବ ପ୍ରକାଶ ଦାସ ସୋସିଆଲ ମିଡିଆରେ ପୋଷ୍ଟ କରି କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଆସ୍ଥା ବଳରେ ବିଜେଡି ରାଜ୍ୟର ସେବା କରିବା ସହ ସବୁ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିଛି।

ବିଜେଡି ସମସ୍ତ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ସମସ୍ତ ୨୧ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦିତା କରିବା ସହିତ ଓଡ଼ିଶାବାସୀଙ୍କ ସମର୍ଥନ ଏବଂ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେୃତ୍ୱତ୍ୱରେ ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ।

ରାଷ୍ଟ୍ର ଗଠନ ପାଇଁ ସହକାରୀ ସଂଘବାଦ ଓ ରାଷ୍ଟ୍ରନୀତିଜ୍ଞତା ମନୋଭାବ ସହିତ ଓଡ଼ିଶାବାସୀଙ୍କୁ ସବୁବେଳେ ଆଗଧାଡ଼ିରେ ରଖି ସେମାନଙ୍କ କଲ୍ୟାଣ ପାଇଁ ବିଜେଡି ନିଷ୍ପତ୍ତି ନେବ। ନୂତନ ଓ ସଶକ୍ତ ଓଡ଼ିଶା ଆମର ଲକ୍ଷ୍ୟ ହେବ ଏବଂ ଆମର ଲୋକପ୍ରିୟ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆମେ ଏହାକୁ ହାସଲ କରିବା ଦିଗରେ ଆଗେଇ ଚାଲିଛୁ।

Leave A Reply

Your email address will not be published.