Odisha Link
Bridging the Missing Links in Odisha

ଆରପାରିରେ ଦାମ ରାଉତ

ଓଏଲ୍‌ ବ୍ୟୁରୋ: ଆଉ ନାହାନ୍ତି ବର୍ଷିଆନ୍‌ ରାଜନେତା ଦାମୋଦର ରାଉତ। ୮୩ ବର୍ଷ ବୟସରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ଦେହାନ୍ତ। ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ସକାଳ ୫ଟା ୨୩ରେ ଶ୍ରୀ ରାଉତଙ୍କ ଦେହାନ୍ତ ହୋଇଥିବା ସୂଚନା ଦେଇଛନ୍ତି ପୁଅ ସମ୍ବିତ ରାଉତରାୟ।

ଦୀର୍ଘ ଦିନ ଧରି କିଡନୀଜନିତ ସମସ୍ୟା ସହ ଜୁଝୁଥିବା ଦାମୋଦର ରାଉତ ଗତ ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ।ଅକ୍ସିଜେନ୍ ସାଚୁରେସନ କମିବା ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦଘାତର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା।

Leave A Reply

Your email address will not be published.