Odisha Link
Bridging the Missing Links in Odisha

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା; ସୁନାବେଶରେ ଦର୍ଶନ ଦେବେ ଶ୍ରୀବିଗ୍ରହ

ଓଏଲ୍‌ ବ୍ୟୁରୋ: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ। ଦୋଳରେ ଦର୍ଶନ ଦେବେ ଦୋଳଗୋବିନ୍ଦ। ଚାପରେ ମଧୁସୂଦନ ଓ ରଥରେ ବାମନ ରୂପରେ ଦର୍ଶନ। ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନ ପାଇଁ ପ୍ରଶାସନର ବ୍ୟବସ୍ଥା କରାଯାଇଛି। ଦୋଳ ପୂର୍ଣ୍ଣିମା ଅବସରରେ ବିଭିନ୍ନ ସ୍ଥାନରେ ବାଡ଼ିଖେଳ ମଧ୍ୟ ଯାଉଛି। ସେପଟେ ଦୋଳ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି।

ରାଜରାଜେଶ୍ବର ବେଶ ବା ସୁନାବେଶରେ ଆଜି ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି। ସୁନାବେଶରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବିଶେଷ ଧ୍ୟାନ ଦେଇଛି ପ୍ରଶାସନ । ଦୋଳ ପୂର୍ଣ୍ଣିମା ଅବସରରେ ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୁଦେବୀ ଓ ଶ୍ରୀଦେବୀ ଦୋଳବେଦୀକୁ ବିମାନରେ ବିଜେ କରିବେ ।