Odisha Link
Bridging the Missing Links in Odisha

ବିଜେଡିର ପ୍ରାର୍ଥୀ ତାଲିକା: ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ…

ଓଏଲ୍‌ ବ୍ୟୁରୋ: ବାଜିଲା ନିର୍ବାଚନୀ ବିଗୁଲ୍। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ପ୍ରକାଶ ପାଇଛି ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା। ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସମ୍ବଲପୁର ଲୋକସଭା ପାଇଁ ପ୍ରଣବ ପ୍ରକାଶ ଦାସଙ୍କ ନାଁ ଘୋଷଣା ହୋଇଥିବାବେଳେ କେନ୍ଦ୍ରାପଡା ଲୋକସଭା ପାଇଁ ପ୍ରାର୍ଥୀ ହୋଇଛନ୍ତି ଅଂଶୁମାନ ମହାନ୍ତି। ସେହିଭଳି ସୁନ୍ଦରଗଡ ପାଇଁ ଦିଲ୍ଲୀପ ତିର୍କି, ମୟୂରଭଞ୍ଜ ପାଇଁ ସୁଦାମ ମାର୍ଣ୍ଡି, ନବରଙ୍ଗପୁର ପାଇଁ ପ୍ରଦୀପ ମାଝୀ, ଭୁବନେଶ୍ୱର ପାଇଁ ମନ୍ମଥ ରାଉତରାୟ, କୋରାପୁଟ ପାଇଁ କୌଶଲ୍ୟା ହିକ୍କା, ଆସ୍କା ପାଇଁ ରଞ୍ଜିତା ସାହୁ, କଳାହାଣ୍ଡି ପାଇଁ ଲମ୍ବୋଦର ନିଆଲଙ୍କ ନାଁ ଘୋଷଣା ହୋଇଛି।

ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା ହୋଇଥିବାବେଳେ ବିଷମ କଟକରୁ ଲଢ଼ିବେ ଜଗନ୍ନାଥ ସାରକା, ଗୁଣୁପୁରରୁ ରଘୁନାଥ ଗମାଙ୍ଗ, ରାୟଗଡ଼ାରୁ ଅନୁସୟା ମାଝୀ, ବରଗଡ଼ରୁ ଦେବେଶ ଆଚାର୍ଯ୍ୟ, ବିଜେପୁରରୁ ରିତା ସାହୁ, ଅତାବିରାରୁ ସ୍ନେହାଙ୍ଗିନୀ ଛୁରିଆ, ଭଟଲିରୁ ସୁଶାନ୍ତ ସିଂହ, ଜଳେଶ୍ୱରରୁ ଅଶ୍ୱିନୀ ପାତ୍ର, ବସ୍ତାରୁ ଶୁଭାସିନୀ ଜେନା, ଭଣ୍ଡାରିପୋଖରୀରୁ ସଞ୍ଜିବ ମଲ୍ଲିକ , ଭଦ୍ରକରୁ ପ୍ରଫୁଲ୍ଲ ସାମଲ, ବାସୁଦେବପୁରରୁ ବିଷ୍ଣୁବ୍ରତ ରାଉତରାୟ, ଧାମନଗରରୁ ସଞ୍ଜୟ ଦାସ, ଚାନ୍ଦବାଲିରୁ ବ୍ୟୋମକେଶ ରାୟ, ବିଞ୍ଝାରପୁରରୁ ପ୍ରମିଳା ମଲ୍ଲିକଙ୍କୁ ପ୍ରାର୍ଥୀ କରାଯାଇଛି।

ସେହିଭଳି ଧର୍ମଶାଳାରୁ ପ୍ରଣବ ବଳବନ୍ତରାୟ, ଯାଜପୁରରୁ ସୁଜାତା ସାହୁ, ସୁକିନ୍ଦାରୁ ପ୍ରୀତିରଂଜନ ଘଡ଼ାଇ, ଢେଙ୍କାନାଳରୁ ସୁଧୀର କୁମାର ସାମଲ, କାମାକ୍ଷାନଗରରୁ ପ୍ରଫୁଲ୍ଲ ମଲ୍ଲିକ, ପରଜଙ୍ଗରୁ ନୃସିଂହ ସାହୁ, ପଲ୍ଲାହାରରୁ ମୁକେଶ ପାଲ, ଛେଣ୍ଡିପଦାରୁ ସୁଶାନ୍ତ କୁମାର ବେହେରା, ସୋନପୁରରୁ ନିରଞ୍ଜନ ପୂଜାରୀ, ଲୋଇସିଂହାରୁ ନିହାର ବେହେରା, ପାଟଣାଗଡ଼ରୁ ସରୋଜ ମେହେର, ବଲାଙ୍ଗିରରୁ କଳିକେଶ ସିଂହଦେଓ, ଟିଟିଲାଗଡ଼ରୁ ଟୁକୁନି ସାହୁ, ନୂଆପଡ଼ାରୁ ରାଜେନ୍ଦ୍ର ଢୋଲକିଆ, ଉମରକୋଟରୁ ନବୀନା ନାଏକ, ଝରିଗାଁରୁ ରମେଶ ମାଝୀ, ନବରଙ୍ଗପୁରରୁ କୌଶଲ୍ୟା ପ୍ରଧାନୀ, ଡାବୁଗାଁରୁ ମନୋହର ରନ୍ଧାରୀ, ଲାଞ୍ଜିଗଡ଼ରୁ ପ୍ରଦୀପ ଦିଶାରୀ, ଜୁନାଗଡ଼ରୁ ଦିବ୍ୟଶଙ୍କର ମିଶ୍ର, ଧର୍ମଗଡ଼ରୁ ପୁଷ୍ପେନ୍ଦ୍ର ସିଂହଦେଓ, ଭବାନୀପାଟଣାରୁ ଲତିକା ନାଏକ, ଜି.ଉଦୟଗିରିରୁ ସାଲୁଗା ପ୍ରଧାନ, କଣ୍ଟାମାଳରୁ ମହିଧର ରଣା, ବୌଦ୍ଧରୁ ପ୍ରଦୀପ ଅମାତ, ବଡମ୍ବାରୁ ଦେବୀ ମିଶ୍ର ନିର୍ବାଚନ ଲଢ଼ିବେ।

ବାଙ୍କୀରୁ ଦେବୀ ତ୍ରିପାଠୀ, ଆଠଗଡ଼ରୁ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଚୌଦ୍ବାର କଟକରୁ ସୌଭିକ ବିଶ୍ବାଳ, ନିଆଳିରୁ ପ୍ରମୋଦ ମଲ୍ଲିକ, କଟକ ସଦରରୁ ଚନ୍ଦ୍ରସାରଥି ବେହେରା, ପାଟକୁରାରୁ ଅରବିନ୍ଦ ମହାପାତ୍ର, ଆଳିରୁ ପ୍ରତାପ ଦେବ, ରାଜନଗରରୁ ଧ୍ରୁବ ସାହୁ, ମହାକାଳପଡ଼ାରୁ ଅତନୁ ସବ୍ୟସାଚୀ ନାୟକ, ପୁରୀରୁ ସୁନୀଲ ମହାନ୍ତି, ବ୍ରହ୍ମଗିରିରୁ ଉମା ସାମନ୍ତରାୟ, ସତ୍ୟବାଦୀରୁ ସଂଜୟ ଦାସବର୍ମା, ପିପିଲିରୁ ରୁଦ୍ର ମହାରଥୀ, ଜଟଣୀରୁ ବିଭୂତି ବଳବନ୍ତରାୟ, ରଣପୁରରୁ ସତ୍ୟ ପ୍ରଧାନ, ଦଶପଲ୍ଲାରୁ ରମେଶ ବେହେରା, ନୟାଗଡ଼ରୁ ଅରୁଣ ସାହୁ, ଭଞ୍ଜନଗର ବିକ୍ରମ ଆରୁଖ, ପୋଲସରାରୁ ଶ୍ରୀକାନ୍ତ ସାହୁ, କବି ସୂର୍ଯ୍ୟ ନଗରରୁ ଲତିକା ପ୍ରଧାନ, ଛତ୍ରପୁରରୁ ସୁବାସ ବେହେରା, ସୋରଡ଼ାରୁ ସଂଘମିତ୍ରା ସ୍ବାଇଁ, ହିଂଜିଳିରୁ ନବୀନ ପଟ୍ଟନାୟକ, ଗୋପାଳପୁରରୁ ବିକ୍ରମ ପଣ୍ଡା, ଦିଗପହଣ୍ଡିରୁ ବିପ୍ଳବ ପାତ୍ର, ଚିକିଟିରୁ ଚିନ୍ମୟାନନ୍ଦ ଶ୍ରୀରୂପ ଦେବ, କୋଟପଡାରୁ ଚନ୍ଦ୍ରଶେଖର ମାଝୀ, କୋରାପୁଟରୁ ରଘୁରମ ପୋଡଲ, ମାଲକାନଗିରିରୁ ମାନସ, ଘାଷିପୁରରୁଉ ବଦ୍ରି ପାତ୍ର ନିର୍ବାଚନ ଲଢ଼ିବେ।

Leave A Reply

Your email address will not be published.