Odisha Link
Bridging the Missing Links in Odisha

ମାତିଛନ୍ତି ଲୁଟେରା; ପ୍ରଭୁ ବଳଦେବଜୀଉଙ୍କ ମନ୍ଦିରରୁ ଚୋରି

ଓଏଲ୍‌ ବ୍ୟୁରୋ: କାୟା ବିସ୍ତାର କଲେଣି ଲୁଟେରା ଗ୍ୟାଙ୍ଗ। ବର୍ତମାନ ଲୁଟେରା ମାନେ ବିଭିନ୍ନ ଉପାୟରେ ଠକେଇ କରିବାରେ ଲାଗିଛନ୍ତି। କେତେବେଳେ ଅନଲାଇନ ଲୁଟିଲେଣି ତ କେତେବେଳେ ରାସ୍ତା କଡ଼ରୁ, ଏଭଳି ଘଟଣା ଅନେକ ସମୟରେ ସାମ୍ନାକୁ ଆସୁଛି। ଏଥିରେ ଶିକାର ହେଉଥିବା ଅନେକ ବ୍ୟକ୍ତି ଥାନାରେ ମଧ୍ୟ ଏତଲା ଦେଉଛନ୍ତି। ତେବେ ଏସବୁ ମଧ୍ୟରେ କେନ୍ଦୁଝର ଜିଲ୍ଲାର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ହୋଇଛି। ମଧ୍ୟ ରାତ୍ରରେ ହୁଣ୍ଡି ତାଡି ଟଙ୍କା ଏଵଂ ଅନ୍ୟ ଦାନ ସାମଗ୍ରୀ ନେଇଗଲେ ଦୃର୍ବୁତ୍ତ।

ମନ୍ଦିର ପ୍ରବେଶ ଦ୍ଵାର ମୁଁହରେ ଥିବା ହୁଣ୍ଡି ତାଡି ଟଙ୍କା ସବୁ ନେଇଯାଇଥିବା ବେଲେ ପୁରୁଣା ଟଙ୍କା ଏବଂ ଖୁଚୁରା ପଇସା ସବୁ ଫିଙ୍ଗି ଦେଇଛନ୍ତି। ଗତ ରଥଯାତ୍ରା ପରଠୁ ହୁଣ୍ଡିଖୋଲା ଯାଇନଥିଲା। ଏଥିରେ ଲକ୍ଷାଧିକ ଟଙ୍କା ଥିବା ଅନୁମାନ କରାଯାଉଛି । ଅନ୍ୟ ପକ୍ଷରେ ହୁଣ୍ଡି ନିକଟରେ ସିସିଟିଭି ଲାଗିଥିବା ବେଳେ ଏହା କାର୍ଯ୍ୟ କରୁନଥିବା ଜଣାପଡିଛି। ମନ୍ଦିର ସୁରକ୍ଷା ଦାୟିତ୍ୱରେ ଥିବା ସିକ୍ୟୁରିଟି ଗାର୍ଡ ମାନଙ୍କ ଅବହେଳା ଯୋଗୁଁ ହୁଣ୍ଡିରୁ ଚୋରି ହେବା ସହ ପୂର୍ବରୁ ମନ୍ଦିର ପରିସର ଭିତରୁ ଚନ୍ଦନ ଗଛ କାଟି ଚୋରି ହୋଇଥିବା ମନ୍ଦିରର ପହଣ୍ଡିଆ ସେବକ ଅଭିଯୋଗ କରିଛନ୍ତି।

Leave A Reply

Your email address will not be published.