Odisha Link
Bridging the Missing Links in Odisha

ଏପ୍ରିଲ ୨ରେ ପ୍ରକାଶ ପାଇବ ପ୍ରଥମରୁ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ

ଓଏଲ୍‌ ବ୍ୟୁରୋ: ଚଳିତ ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ରାଜ୍ୟରେ ଆସନ୍ତା ଏପ୍ରିଲ ୨ ତାରିଖରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହେବ। ତେବେ ଶିକ୍ଷାବର୍ଷ ଆରମ୍ଭ ଦିନ ହିଁ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ସମ୍ମେଟିଭ୍‌ ଆସେସମେଣ୍ଟ ୨ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଦ୍ୟାଳୟରେ ପରୀକ୍ଷା ଫଳ ପ୍ରଦାନ ବ୍ୟତୀତ ଅନ୍ୟ କୌଣସି କାର୍ଯ୍ୟକ୍ରମ ନ କରିବାକୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି। ପରୀକ୍ଷା ଫଳ ଅଭିଭାବକଙ୍କୁ ଅବଗତ କରିବା ପାଇଁ ୨ ତାରିଖ ଦିନ ବିଦ୍ୟାଳୟରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହି କାର୍ଯ୍ୟକ୍ରମରେ ସମସ୍ତ ଅଭିଭାବକ ଯେପରି ଉପସ୍ଥିତ ରହିବେ ସେନେଇ ସମସ୍ତଙ୍କୁ ପ୍ରଧାନ ଶିକ୍ଷକମାନେ ଅବଗତ କରିବେ।

Leave A Reply

Your email address will not be published.