Odisha Link
Bridging the Missing Links in Odisha

ବିଜେଡିରେ ମିଶିଲେ ସୁରେନ୍ଦ୍ର ସିଂ

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନୀ ବିଗୁଲ ବାଜି ସାରିଛି। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ପ୍ରକାଶ ପାଇଛି ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା। ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ତେବେ ଏହାରି ମଧ୍ୟରେ ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି। ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବରେ ଯୋଗଦେଲେ ସୁରେନ୍ଦ୍ର ସିଂ ଭୋଇ। ବଲାଙ୍ଗିର ଜିଲ୍ଲା କଂଗ୍ରେସ ସଭାପତି ଥିଲେ ସୁରେନ୍ଦ୍ର। ଗତକାଲି ସେ କଂଗ୍ରେସ ଦଳରୁ ଇସ୍ତଫା ଦେଇଥିଲେ। ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ସୁରେନ୍ଦ୍ର ସିଂ ଭୋଇ ଆଜି ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି।