Odisha Link
Bridging the Missing Links in Odisha

ଓଡ଼ିଶା: ବଳକା ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେପି, କାହାକୁ ମିଳିଲା ଟିକେଟ୍‌ ଜାଣନ୍ତୁ

ଓଏଲ୍‌ ବ୍ୟୁରୋ: ୮ମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଆଜି ୨୧ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ଓଡ଼ିଶାର ବଳକା ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।

ଆଜି ବିଜେପି ଓଡ଼ିଶାରେ ବାକି ଥିବା ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ଯାଜପୁର, କନ୍ଧମାଳ ଓ କଟକ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଯାଜପୁରରୁ ରବିନ୍ଦ୍ର ନାରାୟଣ, କନ୍ଧମାଳରୁ ସୁକାନ୍ତ କୁମାର ପାଣିଗ୍ରାହୀ ଓ କଟକରୁ ଲଢିବେ ଭର୍ତ୍ତୃହରି ମହତାବ। ତେବେ ଏହି ଲୋକସଭା ଆସନ ସହ ବିଜେପି ରାଜ୍ୟରେ ସମସ୍ତ ୨୧ ଲୋକସଭା ଆସନ ପାଇଁ ନିଜ ପ୍ରାର୍ଥୀ ଘୋଷଣା କରିସାରିଛି।

Leave A Reply

Your email address will not be published.