Odisha Link
Bridging the Missing Links in Odisha

ଆଜି ଉତ୍କଳ ଦିବସ, ୮୯ ବର୍ଷରେ ପାଦ ଥାପିଲା ଓଡ଼ିଶା

ଓଏଲ୍‌ ବ୍ୟୁରୋ: ଆଜି ରାଜ୍ୟର ଗର୍ବ ଆଉ ଗୌରବର ଦିନ। ଆଜି ସ୍ୱତନ୍ତ୍ରତା ତଥା ଉତ୍କଳ ପ୍ରଦେଶ ଗଠନ ହୋଇଥିଲା। ପ୍ରତି ଓଡ଼ିଆର ପ୍ରିୟ ଦିନ ଉତ୍କଳ ଦିବସ। ୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ। ତେବେ ଏହି ଦିବସ ଉପଲକ୍ଷେ ଦେଶର ପ୍ରଧାନମନ୍ତ୍ରୀ, ମହାମହିମ ରାଷ୍ଟ୍ରପତି ଏବଂ ରାଜ୍ୟପାଳ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବହୁ ଦିନ ଦିନର ସଂଗ୍ରାମ, ଉଦ୍ୟମ ଓ ବହୁତ ପରିଶ୍ରମ ପରେ ୮୮ ବର୍ଷ ତଳେ ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ। ଜନ୍ମ ନେଇଥିଲା ଆଧୁନିକ ଓଡ଼ିଶା।

ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ। ୧୫୬୮ରେ ଶେଷ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ ବ୍ରିଟିଶ ଶାସନରୁ ଅଲଗା ହୋଇ ଏକ “ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ” ଗଠନ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା। ପ୍ରଥମେ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଓଡ଼ିଶା ଗଠନ କରାଯାଇଥିଲା।

ଏକ ସ୍ୱତନ୍ତ୍ର ରାଜ୍ୟ ଗଠନ ପାଇଁ ମୁଖ୍ୟ ବିପ୍ଳବ ଉତ୍କଳ ସମ୍ମିଳନୀ ଗଠନ ଦିନଠାରୁ ତିନି ଦଶନ୍ଧି ଧରି ଲାଗିରହିଥିଲା ଓ ଏହା ଏକ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶର ମୂଳଦୁଆ ସ୍ଥାପନକରିଥିଲା। ମଧୁସୂଦନ ଦାସ, ଗୋପବନ୍ଧୁ ଦାସ, ଫକୀର ମୋହନ ସେନାପତି, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଆଦିଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଅଧିକ ତୀବ୍ର ହୋଇଥିଲା। ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ।

୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଥିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା। ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଉତ୍କଳ ଦିବସ ନାମରେ ପାଳନ କରାଯାଇଥାଏ। ଉତ୍କଳ ଦିବସ ଦିନ ସ୍ୱତନ୍ତ୍ର ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଉତ୍କଳ ଦିବସକୁ ଅତି ଆଡମ୍ବରର ସହ ପାଳନ କରାଯାଉଛି। ସ୍ୱତନ୍ତ୍ର ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରି ଏହି ଦିବସକୁ ପାଳନ କରାଯାଉଛି।

Leave A Reply

Your email address will not be published.