Odisha Link
Bridging the Missing Links in Odisha

ସକାଳୁ ମୁଣ୍ଡଫଟା ଖରା; ବାଲେଶ୍ବରରେ ସର୍ବାଧିକ ତାପମାତ୍ରା ରେକର୍ଡ

ଓଏଲ୍‌ ବ୍ୟୁରୋ: ଉପରମୁହାଁ ପାରଦ। ବଢୁଛି ତାତି। ଆଗାମୀ ସପ୍ତାହକ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରାରେ ୩ ରୁ ୫ଡିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୩୯ ରୁ ୪୦ ଡିଗ୍ରୀ ଯାଏଁ ଅନୁଭୂତ ହେବାର ସମ୍ଭାବନା ରହିଛି। ଆଗାମୀ ଦିନେ ଦୁଇ ଦିନ ଭିତରେ ତାପମାତ୍ରାରେ ଆହୁରି ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତାତି ବଢିବା ନେଇ ଆଶଙ୍କା ଥିବାବେଳେ ସତର୍କ ରହିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ସାଢ଼େ ୮ ସୁଦ୍ଧା ତାପମାତ୍ରା ୩୨ ଡିଗ୍ରୀ ଛୁଇଁଲା। ସାଢ଼େ ୮ ସୁଦ୍ଧା ବାଲେଶ୍ବରରେ ସର୍ବାଧିକ ୩୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଭୁବନେଶ୍ବରରେ ୩୦.୮, ଚାନ୍ଦବାଲିରେ ୩୦.୪, ପୁରୀ ଓ ସମ୍ବଲପୁରରେ ୩୦ ଡିଗ୍ରୀ ରେକର୍ଡ କରାଯାଇଛି।

Leave A Reply

Your email address will not be published.