Odisha Link
Bridging the Missing Links in Odisha

ଶପଥ ନେଲେ ୩ ରାଜ୍ୟସଭା ସାଂସଦ; ପୁଣିଥରେ ଅଶ୍ୱିନୀ ବୈଷ୍ଣବଙ୍କୁ ମିଳିଲା ସୁଯୋଗ

ଓଏଲ୍‌ ବ୍ୟୁରୋ: ରାଜ୍ୟସଭା ନିର୍ବାଚନରେ ଓଡ଼ିଶାରୁ ୩ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ପୁଣି ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭା ନିର୍ବାଚିତ ହୋଇଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନାଁ ବିଜେପି ଘୋଷଣା କରିଥିଲା। ବିଜେପି ପକ୍ଷରୁ ଏନେଇ ବିଧିବଦ୍ଧଭାବେ ଘୋଷଣା କରାଯାଇଥିଲା। ତେବେ ଆଜି ରାଜ୍ୟସଭା ସାଂସଦ ଭାବେ ଶପଥ ଗ୍ରହଣ କଲେ ୩ ନବନିର୍ବାଚିତ। ଅଶ୍ୱିନୀ ବୈଷ୍ଣବ, ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ ଶପଥ ନେଇଛନ୍ତି। ସମୁଦାୟ ୧୪ ଜଣ ଆଜି ଶପଥ ଗ୍ରହଣ କରିଥିବାବେଳେ ଗତକାଲି ୧୨ ଜଣ ରାଜ୍ୟସଭା ସଂସଦ ଭାବେ ଶପଥ ନେଇଥିଲେ।

ସେହିଭଳି ୩ଟି ଆସନ ମଧ୍ୟରୁ ୨ଟି ପାଇଁ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଏବଂ ରାଜ୍ୟ ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ଘୋଷଣା କରାଯାଇଥିବାବେଳେ ତୃତୀୟ ପ୍ରାର୍ଥୀଙ୍କ ନାମ ଘୋଷଣା ନକରି ସମସ୍ତଙ୍କୁ ସସପେନ୍ସରେ ରଖିଥିବାବେଳେ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେପି ପ୍ରାର୍ଥୀ କରିଥିଲା। ଓଡ଼ିଶାରୁ ବିଜେଡିର ଦୁଇ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର କାଏମ ରହିଥିଲା। ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କ ପ୍ରାର୍ଥୀପତ୍ର କାଏମ ରହିଥିଲା। ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତୃତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ। ତେବେ ଓଡିଶାରୁ ୩ ପ୍ରାର୍ଥୀ ନିର୍ବାଚିତ ହୋଇଥିବାବେଳେ ଆଜି ଶପଥ ଗ୍ରହଣ କରିଛନ୍ତି।

Leave A Reply

Your email address will not be published.