Odisha Link
Bridging the Missing Links in Odisha

ତାତିରୁ ନାହିଁ ନିସ୍ତାର, ସାରା ରାଜ୍ୟରେ ଅସମ୍ଭାଳ ତାତି

ଓଏଲ୍‌ ବ୍ୟୁରୋ: ଦିନକୁ ଦିନ ରାଜ୍ୟରେ ବଢି ଚାଲିଛି ଦିନର ତାପମାତ୍ରା। ସାରା ରାଜ୍ୟରେ ପରିଲକ୍ଷିତ ହୋଇଛି ଅସମ୍ଭାଳ ତାତି। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଏପରି ତାତି ଲାଗି ରହି ପାରେ। ଆଉ କିଛି ଜିଲ୍ଲାରେ ହିଟ୍‌ୱେଭ୍‌ ଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ତେବେ ଦୁଇ ଦିନ ପରେ ଅର୍ଥାତ ୭ ତାରିଖ ବେଳକୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ବଲାଙ୍ଗିର, ବୌଦ୍ଧ, ଅନୁଗୋଳ, ମାଲକାନଗିରି, ନୟାଗଡ଼, କେନ୍ଦୁଝର ଜିଲ୍ଲାରେ ହିଟ୍‌ୱେଭ୍‌(ଗ୍ରଷ୍ମ ପ୍ରବାହ) ଜାରି ହେବାର ସମ୍ଭାବନା ରହିଛି। ସେହିପରି ବଲାଙ୍ଗିର, କନ୍ଧମାଳ, ବୌଦ୍ଧ ଓ ଭଦ୍ରକ ଜିଲ୍ଲାରେ ରାତି ପ୍ରବଳ ଗୁଳୁଗୁଳି ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଶନିବାର ଶନିବାର କେନ୍ଦୁଝର, ଅନୁଗୋଳ, ନୟାଗଡ଼, ବୌଦ୍ଧ, ବଲାଙ୍ଗିର ଓ ମାଲକାନଗିରି ଜିଲ୍ଲାରେ ଗ୍ରଷ୍ମ ପ୍ରବାହ ଜାରି ହେବ। ସେହିପରି ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ଭଦ୍ରକ ଜିଲ୍ଲାରେ ରାତିରେ ପ୍ରବଳ ଗୁଳୁଗୁଳି ହେବା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ।

ରବିବାର ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ରାଜ୍ୟରେ କେତେକ ଜିଲ୍ଲାରେ ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସୋମବାର ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଏବଂ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.