Odisha Link
Bridging the Missing Links in Odisha

ଏଥର ନିର୍ବାଚନରେ ହୋଇପାରେ ତ୍ରିମୁଖୀ ଲଢ଼େଇ; କେବେ ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ?

ଓଏଲ୍‌ ବ୍ୟୁରୋ: ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢେଇ ଆରମ୍ଭ ହୋଇଛି। ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।ସେହିଭଳି ବିଜେପି ମଧ୍ୟ ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିସାରିଛି।

ତେବେ ଏପ୍ରିଲ ଶେଷ ଆଡ଼କୁ ପ୍ରଚାର ମଇଦାନକୁ ଓହ୍ଲାଇ ପାରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୦୧୯ପରି ସ୍ୱତନ୍ତ୍ର ବସରେ ଲୋକଙ୍କ ନିକଟକୁ ଯାଇ ପ୍ରଚାର କରିପାରନ୍ତି ନବୀନ ପଟ୍ଟନାୟକ। ପ୍ରଥମ ପର୍ଯ୍ୟାୟରେ ଭୋଟ୍ ପଡ଼ିବାକୁ ଥିବା କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ନିର୍ବାଚନ ପ୍ରଚାର କରିବେ ନବୀନ। ଏପ୍ରିଲ ଶେଷ ସପ୍ତାହ ବେଳକୁ ଏହି ସଂସଦୀୟ କ୍ଷେତ୍ର ଏବଂ ଏହା ଅଧିନରେ ଥିବା ୨୮ଟି ବିଧାନସଭା ଆସନ ପାଇଁ ମୁଖ୍ୟମନ୍ତ୍ରୀ ପ୍ରଚାର କରିବେ ବୋଲି ଚର୍ଚ୍ଚା ହେଉଛି। ୨୦୧୯ରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ପାଇଁ ପ୍ରସ୍ତୁତ ହୋଇଥିଲା ସ୍ୱତନ୍ତ୍ର ବସ। ଯେଉଁଥିରେ ବସି ରୋଡ ସୋ କରିଥିଲେ ନବୀନ। ତେବେ ବିଜୁ ଜନତା ଦଳର ବଳ କୁହାଯାଉଥିବା ବିଜେଡି ସୁପ୍ରିମୋ ପ୍ରଚାର ମଇଦାନକୁ ଆସିବା ପରେ ନିର୍ବାଚନୀ ମାହୋଲରେ ନୂଆ ରୂପ ଦେଖିବାକୁ ମିଳିବ ବୋଲି ରାଜନୀତିଜ୍ଞ ମତବ୍ୟକ୍ତ କରିଛନ୍ତି।

Leave A Reply

Your email address will not be published.