Odisha Link
Bridging the Missing Links in Odisha

ମା’ ତାରାତାରିଣୀଙ୍କ ପୀଠରେ ୫-ଟି ଅଧ୍ୟକ୍ଷ; ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ସମୀକ୍ଷା

ଓଏଲ୍‌ ବ୍ୟୁରୋ: ଆଜି ହେଉଛି ଚୈତ୍ର ମାସର ତୃତୀୟ ମଙ୍ଗଳବାର। ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରାତାରିଣୀଙ୍କ ପୀଠରେ ଚାଲିଛି ମାଆଙ୍କ ଚୈତ୍ର ଯାତ୍ରା। ଏହି ଅବସରରେ ଆଜି ଭୋରରୁ ପୀଠରେ ପହଞ୍ଚି ମାଆଙ୍କ ପୂଜାର୍ଚ୍ଚନା କରିଛନ୍ତି ଫାଇଭ-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ମା’ଙ୍କର ଆଜି ସରସ୍ବତୀ ବେଶ ଅନୁଷ୍ଠିତ ହୋଇଥିବା ବେଳେ, ବେଶ ଦର୍ଶନ କରି ଫାଇଭ-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଆଶିଷ ନେଇଛନ୍ତି।

ଏହାପରେ ମନ୍ଦିର ବେଢ଼ା ବୁଲିବା ସହ ମନ୍ଦିର ପରିସରରେ ହୋଇଥିବା ଉନ୍ନୟନ କାର୍ଯ୍ୟକୁ ଦେଖିଥିଲେ। ମନ୍ଦିରର ପୂଜକ, ପରିଚାଳନା କମିଟି ସହ ମନ୍ଦିରର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ, ପୂଜାର୍ଚ୍ଚନା, ଭକ୍ତ ମାନଙ୍କ ମନ୍ଦିରରେ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ। ଦୀର୍ଘ ୧୬ ବର୍ଷ ହେଲା ମା’ଙ୍କ ଚୈତ୍ର ଯାତ୍ରା ସମୟରେ ଫାଇଭ-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ମାଆଙ୍କ ଦର୍ଶନ ପାଇଁ ପୀଠକୁ ଆସନ୍ତି। ଆଜି ମାଆଙ୍କ ସରସ୍ବତୀ ବେଶ ଦର୍ଶନ କରି ଆନନ୍ଦିତ ଥିବା ଫାଇଭ-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ କହିଛନ୍ତି।

Leave A Reply

Your email address will not be published.