Odisha Link
Bridging the Missing Links in Odisha

ପୁରୀ: ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ସମୟରେ ପୁରୀ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତମହାପାତ୍ର ସେବାୟତ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ।

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇ ଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ପ୍ରାୟ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଚାରି ଘଣ୍ଟା ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପାଇଁ ପୁରୀ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଏନେଇ ଶ୍ରୀମନ୍ଦିର ପକ୍ଷରୁ ଅବଗତ କରାଯାଇଛି।

Leave A Reply

Your email address will not be published.