Odisha Link
Bridging the Missing Links in Odisha

ବଢ଼ିଲା ମୋକିମଙ୍କ ଅଡ଼ୁଆ; ଭିଜିଲାନ୍ସ କୋର୍ଟର ରାୟକୁ କାଏମ ରଖିଲେ ହାଇକୋର୍ଟ

ଓଏଲ୍‌ ବ୍ୟୁରୋ: ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ଏହାରି ମଧ୍ୟରେ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ଭିଜିଲାନ୍ସ କୋର୍ଟର ରାୟ କାଏମ ରଖିଲେ ହାଇକୋର୍ଟ। ମୋକିମଙ୍କ ଆବେଦନ ହାଇକୋର୍ଟ ଖାରଜ କରିଛନ୍ତି। ଭିଜିଲାନ୍ସ କୋର୍ଟର ଦଣ୍ଡାଦେଶ ବିରୋଧରେ ଆବେଦନ କରିଥିଲେ।

ସୂଚନା ଅନୁସାରେ, ପୂର୍ବରୁ ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଦେଇଥିଲେ ସୁପ୍ରିମକୋର୍ଟ। କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲାରେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ ହାଇକୋର୍ଟ। ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନଥିବାରୁ ଅସିଦ୍ଧ ଘୋଷଣା ହୋଇଥିଲ। ମୋକିମଙ୍କ ବିରୋଧରେ ଦେବାଶିଷ ସାମନ୍ତରାୟ ମାମଲା କରିଥିଲେ। ନାମାଙ୍କନ ବେଳେ ସବିଶେଷ ତଥ୍ୟ ଦେଇ ନଥିବା ଅଭିଯୋଗ କରିଥିଲେ। ଏନେଇ ମାମଲାର ଶୁଣାଣି କରି ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ ହାଇକୋର୍ଟ।

Leave A Reply

Your email address will not be published.