Odisha Link
Bridging the Missing Links in Odisha

ଅଭିନେତ୍ରୀଙ୍କ ନିଆରା ନିର୍ବାଚନ ପ୍ରଚାର; ଚାଷୀଙ୍କ ସହ ମିଶି କାଟିଲେ ଫସଲ

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ବାଜି ସାରିଲାଣି ନିର୍ବାଚନୀ ବିଗୁଲ। ପାଖେଇ ଆସିଲାଣି ନିର୍ବାଚନ ତାରିଖ। ଗଣତନ୍ତ୍ରର ମହା ପର୍ବକୁ ଅନାଇ ବସିଛନ୍ତି ସମସ୍ତେ। ଚଳିତଥର ଦେଶରେ ୭ଟି ପର୍ଯ୍ୟାୟରେ ହେବ ମତଦାନ। ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହାରି ଭିତରେ ହେମା ମାଳିନୀଙ୍କ ନିଆରା ନିର୍ବାଚନ ପ୍ରଚାର ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ପ୍ରଚାର କରିବାକୁ ଯାଇ ଜମିରେ ଗହମ କାଟୁଛନ୍ତି ହେମା ମାଳିନୀ। ଏହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ମଥୁରା ଲୋକସଭା କ୍ଷେତ୍ର ପାଇଁ ବିଜେପିରୁ ଟିକେଟ ପାଇଥିବା ହେମା ମାଳିନୀ ନିଜ ନିର୍ବାଚନ କ୍ଷେତ୍ରକୁ ଯାଇ ଲୋକଙ୍କ ଭେଟିବା ସହ ସେମାନଙ୍କ ସୁଖଦୁଃଖ ପଚାରି ବୁଝୁଛନ୍ତି। ଗୁରୁବାର ଏକ ଗାଁକୁ ଯାଇ ସେଠିକାର ମହିଳା ଚାଷୀଙ୍କ ସହ କଥା ହୋଇଥିଲେ ଏବଂ ଗହମ ବିଲରେ ପଶି ଫସଲ କାଟିଥିଲେ। ଏହାକୁ ସେ ଏକ୍ସରେ ସେୟାର କରିବା ସହ ଲେଖିଛନ୍ତି ଯେ,‘ ମୋତେ ଦେଖି ଏଠିକାର ମହିଳା ମାନେ ବେଶ ଖୁସି ହୋଇଯାଇଥିଲେ ଏବଂ ମୋ ସହ ଫଟୋ ଉଠାଇବାକୁ କହିଥିଲେ’।

ହେମା ମାଳିନୀ ୨୦୧୪ରୁ ମଥୁରାରେ ଜିତି ଆସୁଛନ୍ତି। ସେଠାରେ ତାଙ୍କର ଲୋକପ୍ରିୟତା ରହିଛି। ସେଠିକାର ଲୋକଙ୍କ ପାଇଁ ସେ ବିକାଶମୂଳକ କାମ କରିଥିବାରୁ ଏଥର ମଧ୍ୟ ମଥୁରାରୁ ସେ ଜିତିବେ ବୋଲି ଚର୍ଚ୍ଚା ହେଉଛି। ତେବେ ଜନତା ପୁଣିଥରେ ଅଭିନେତ୍ରୀଙ୍କୁ ଭରସା କରିବେ କି ନାହିଁ ତାହା ଦେଖିବାକୁ ବାକି ରହିଲା ।

Leave A Reply

Your email address will not be published.