Odisha Link
Bridging the Missing Links in Odisha

ବଦଳିଲା ପାଗ; ପୁଣି ଅସମ୍ଭାଳ ହେବ ତାତି!

ଓଏଲ୍‌ ବ୍ୟୁରୋ: ବଦଳିଲା ପାଣିପାଗ। ପୁଣି କଲବଲ କରିବ ତାତି। ଗତ କିଛି ଦିନ ଧରି ଥଣ୍ଡା ଓ କୋହଲା ପାଗ ପରେ ଆଜି ଠାରୁ ବଢିବ ତାତି। ଏନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର। ଆଜିଠାରୁ ୪ ଦିନ ଯାଏଁ ଦିନ ତାପମାତ୍ରା ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ୧୭ ଓ ୧୮ ତାରିଖ ବେଳକୁ ଗ୍ରୀଷ୍ମ ପ୍ରବାହ ଅସମ୍ଭାଳ ହୋଇପାରେ। ୧୪ ଓ ୧୫ ତାରିଖରେ ହିଟ୍ ୱେଭ୍ ପାଇଁ ୟଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ୧୫ ତାରିଖରେ ୭ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ରହିବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ସତର୍କ କରାଇଛି। ତେବେ ଦିନ ତାପମାତ୍ରା ଦୃଷ୍ଟାନ୍ତମୂଳକ ବୃଦ୍ଧି ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ତାତି ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି।

Leave A Reply

Your email address will not be published.