Odisha Link
Bridging the Missing Links in Odisha

କାହିଁକି ପଦ୍ମ ଧରିଲେ ପୂର୍ବତନ ବିଜେଡି ବିଧାୟକ?

ଓଏଲ୍‌ ବ୍ୟୁରୋ: ବାଜି ସାରିଛି ନିର୍ବାଚନୀ ବିଗୁଲ। ପ୍ରଚାରରେ କମ୍ପୁଛି ନିର୍ବାଚନୀ ମାହୋଲ। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢେଇ ଆରମ୍ଭ ହୋଇଛି। ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

ସେହିଭଳି ବିଜେପି ମଧ୍ୟ ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିସାରିଛି। ହେଲେ ଏ ଯାଏଁ କୌଣସି ଦଳ ନିର୍ବାଚନ ପାଇଁ ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ପ୍ରକାଶ କରିନାହିଁ। ଏହାରି ମଧ୍ୟରେ ପର୍ଯ୍ୟାୟ କ୍ରମେ ପ୍ରାର୍ଥୀ ତାଲିକା ଜାରି କରୁଛନ୍ତି ବିଜେପି, ବିଜେଡି ଓ କଂଗ୍ରେସ। ପ୍ରଥମ ପର୍ଯ୍ୟାୟରେ ୧୧୨ ଘୋଷଣା କରିଥିବାବେଳେ ବର୍ତ୍ତମାନ ଆଉ ୨୧ ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି। ସେହିଭଳି ବିଜେଡି ୧୧୭ ଆସନରେ ପ୍ରାର୍ଥୀ ଘୋଷଣା କରିଛି। ତେବେ ବିଜୁ ଜନତା ଦଳ ତେଲକୋଇର ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକଙ୍କୁ ଟିକେଟ ଦେଇନଥିବାବେଳେ ସେ ଦଳ ତ୍ୟାଗ କରିଛନ୍ତି। ବିଜେଡି କେଟ ନଦେବାରୁ ବେଦବ୍ୟାସ ଅସନ୍ତୁଷ୍ଟ ବ୍ୟକ୍ତ କରି ବିଜେପିରେ ସାମିଲ ହୋଇଛନ୍ତି।

Leave A Reply

Your email address will not be published.