Odisha Link
Bridging the Missing Links in Odisha

ଏହି ତିନି ଆସନରେ କୌଣସି ଦଳ ଦେଇନାହାନ୍ତି ପ୍ରାର୍ଥୀ..

ଓଏଲ୍‌ ବ୍ୟୁରୋ: ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢେଇ ଆରମ୍ଭ ହୋଇଛି। ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

ସେହିଭଳି ବିଜେପି ମଧ୍ୟ ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିସାରିଛି। ହେଲେ ଏ ଯାଏଁ କୌଣସି ଦଳ ନିର୍ବାଚନ ପାଇଁ ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ପ୍ରକାଶ କରିନାହିଁ। ଏହାରି ମଧ୍ୟରେ ପର୍ଯ୍ୟାୟ କ୍ରମେ ପ୍ରାର୍ଥୀ ତାଲିକା ଜାରି କରୁଛନ୍ତି ବିଜେପି, ବିଜେଡି ଓ କଂଗ୍ରେସ। ପ୍ରଥମ ପର୍ଯ୍ୟାୟରେ ୧୧୨ ଘୋଷଣା କରିଥିବାବେଳେ ବର୍ତ୍ତମାନ ଆଉ ୨୧ ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି। ସେହିଭଳି ବିଜେଡି ୧୧୭ ଆସନରେ ପ୍ରାର୍ଥୀ ଘୋଷଣା କରିଛି।

କଂଗ୍ରେସ ମଧ୍ୟ ୧୨୨ ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ହେଲେ ସବୁଠୁ ରୋଚକ ତଥ୍ୟ ପାଲଟିଛି ନୀଳଗିରି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ବିଧାନସଭା ଆସନ । ରାଜ୍ୟର ତିନି ପ୍ରମୁଖ ଦଳ ଏଯାବତ ନୀଳଗିରି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନାହିଁ। ବିଜେପି, କଂଗ୍ରେସ ଓ ବିଜେଡି ପ୍ରାର୍ଥୀ ଘୋଷଣା କରିନାହିଁ ଯାହାକୁ ନେଇ ଚର୍ଚା ବଢ଼ିବାରେ ଲାଗିଛି। ତେବେ ଏହି ତିନି ଆସନରେ କେବେ ତିନି ପ୍ରମୁଖ ଦଳ ପ୍ରାର୍ଥୀ ଘୋଷଣା କରିବେ ତାହା ଦେଖିବାକୁ ବାକି ରହିଲା।

Leave A Reply

Your email address will not be published.