Odisha Link
Bridging the Missing Links in Odisha

ସକାଳୁ ଜଳିଲାଣି ଓଡ଼ିଶା; ୫ ସହରର ତାପମାତ୍ରା ୪୦ ଡିଗ୍ରୀ ମୁହାଁ

ଓଏଲ୍‌ ବ୍ୟୁରୋ: ପୁଣି କଲବଲ କଲାଣି ତାତି। ଗତ କିଛି ଦିନ ଧରି ଥଣ୍ଡା ଓ କୋହଲା ପାଗ ପରେ ତାତି ବୃଦ୍ଧି ପାଇଛି। ଆଜି ଓ ୧୮ ତାରିଖ ବେଳକୁ ଗ୍ରୀଷ୍ମ ପ୍ରବାହ ଅସମ୍ଭାଳ ହୋଇପାରେ। ୪୩ ରୁ ୪୫ ଡିଗ୍ରୀ ତାପମାତ୍ରା ଛୁଇଁପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ହୋଇଛି।

ପାଣିପାଗ ବିଭାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ସକାଳ ସାଢ଼େ ୮ରେ ୩୪ ଡିଗ୍ରୀ ଟପିଲାଣି ତାତି। ସକାଳ ସାଢେ ୮ଟାରେ ଭବାନୀପାଟଣା ସର୍ବାଧିକ ୩୪.୮ ଡିଗ୍ରୀ ରେକର୍ଡ କରାଯାଇଛି। ରାଜଧାନୀ ଭୁବନେଶ୍ୱର ତାପମାତ୍ରା ୩୩.୪ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ତାଳଚେରରେ ୩୪.୪, ବାଲେଶ୍ୱରରେ ୩୪, ବାରିପଦାରେ ୩୩.୬ ଡିଗ୍ରୀ ରେକର୍ଡ କରାଯାଇଛି।